Masthead

ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର । ବିଜେପି-ପୋଲିସ ହାତିହାତି । ବିଜେପି କର୍ମୀଙ୍କ ଆକ୍ରମଣରେ ପୋଲିସ ମୁଣ୍ଡ ଫାଟିଥିବା ସୂଚନା । ବିଜେପି କର୍ମୀଙ୍କ ଉପରେ ଲାଠିଚାର୍ଜ କଲା ପୋଲିସ । ଧାରଣାସ୍ଥଳରୁ ଉଠାଇନେଇଛି ପୋଲିସ ।

ବିଜେପି ଯୁବମୋର୍ଚ୍ଚା ସଦସ୍ୟ ଆହତ ହୋଇଛନ୍ତି । ଖାଲି ସେତିକି ନୁହେଁ ପୋଲିସ ଉପରକୁ ମଧ୍ୟ ବିଜେପି ଯୁବମୋର୍ଚ୍ଚା ଅଣ୍ଡାମାଡ କରିଥିବା ଦେଖିବାକୁ ମିଳିଛି । ନବ ଦାସ ହତ୍ୟା ମାମଲା ଓ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ୟ୍ୟସ୍ତ ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ରାଲି କରାଯାଇଥିଲା । ସେପଟେ ବିଧାନସଭା ଶୂନ୍ୟକାଳରେ ଶାସକ ଦଳ ସଦସ୍ୟ ମାନ ହଙ୍ଗାମା କରିଥିଲେ ।

ଫଳରେ ଗୃହ ୪ଟା ଯାଏଁ ମୁଲତବି ରହିଛି । ପ୍ରଶ୍ନ କାଳ ସରିବା ମାତ୍ରେ ଶୂନ୍ୟକାଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେନ୍ଦ୍ର, ରାଜ୍ୟକୁ ଉପେକ୍ଷା କରିଥିବା ଅଭିଯୋଗ ଆଣି ପ୍ରତିବାଦ କରିଥିଲେ ବିଜେଡି ସଦସ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ