Masthead

କମିଟି କାହିଁକି ଭାଙ୍ଗିଲା ପଚାରିବା ଦୁର୍ଭାଗ୍ୟଜନକ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରମିଳାଙ୍କୁ ଜବାବ ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । କହିଛନ୍ତି କମିଟି କାହିଁକି ଭାଙ୍ଗିଲା ପଚାରିବା ଦୁର୍ଭାଗ୍ୟଜନକ । ୨୪ ବର୍ଷର ସରକାର ରତ୍ନଭଣ୍ଡାର ଖୋଲି ପାରିଲେନି, ଏବେ ପଚାରୁଛନ୍ତି । ରତ୍ନଭଣ୍ଡାର ପାଇଁ ସରକାର ପଦକ୍ଷେପ ନେଇଛନ୍ତି । କମିଟି ଗଠନ ହୋଇଛି । ରତ୍ନଭଣ୍ଡାର ଯଥା ସମୟରେ ଖୋଲାଯାଇ ଗଣତି, ମଣତି କରାଯିବ । ପ୍ରତିଟି ଜିନିଷର ଡିଜିଟାଲ ଫଟୋ କପି ହେବ । ସଂରକ୍ଷଣ କରାଯିବ ।

ରତ୍ନଭଣ୍ଡାର ଖୋଲିବା ପାଇଁ ନୂଆ କମିଟି ଗଠନ କରିଛନ୍ତି ମୋହନ ସରକାର । ୧୬ ଜଣିଆ କମିଟି ଗଠନ ପରେ ଆରମ୍ଭ ହୋଇଛି ରାଜନୀତି । ପୁରୁଣା କମିଟିକୁ ଭଙ୍ଗାଯିବା ଓ ନୂଆ କମିଟି ଗଠନକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜେଡି । ସାମ୍ବାଦିକ ସମ୍ମିଳନୀ କରି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, ମନ୍ଦ ଉଦ୍ଦେଶ୍ୟ ରଖି ରତ୍ନ ଭଣ୍ଡାର କମିଟି ଭଙ୍ଗା ଯାଇଛି।

ଅରିଜିତ ପଶାୟତଙ୍କ ଭଳି ସୁନାମଧନ୍ୟ ବ୍ୟକ୍ତିଙ୍କୁ ମନ୍ଦ ଉଦ୍ଦେଶ୍ୟ ରଖି ହଟେଇ ଦିଆଯାଇଛି । ସେମାନେ କେତେବେଳେ କଣ କହୁଛନ୍ତି, ତାଙ୍କର କଣ ଉଦ୍ଦେଶ୍ୟ ତାହା ଓଡ଼ିଶାବାସୀ ଜାଣିଛନ୍ତି । କେତେବେଳେ ରତ୍ନଭଣ୍ଡାର ଖୋଲିବା ତାରିଖ ଘୋଷଣା କରୁଛନ୍ତି ତ ପୁଣି କେତେବେଳେ ମନା କରୁଛନ୍ତି । ଲୋକଙ୍କୁ ଭୁଆଁ ବୁଲାଇବାକୁ ଏଭଳି କରୁଛନ୍ତି ବୋଲି କହି କଟାକ୍ଷ କରିଛନ୍ତି ପ୍ରମିଳା ମଲ୍ଲିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ