Masthead

ସରକାରୀ କର୍ମଚାରୀ ପ୍ରଚାର କରୁଛନ୍ତି, ଟଙ୍କା ବାଣ୍ଟୁଛନ୍ତି: ସୋନାଲି ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ସିଇଓଙ୍କୁ ଭେଟିଲା ବିଜେପି ଟିମ । ସରକାରୀ ଦଳ ନିର୍ବାଚନ ଆଚରଣ ବିଧି ଉଲଘଂନ କରୁଥିବା ଅଭିଯୋଗ କରିଛି ବିଜେପି । ବିଜେପି କହିଛି ମୁକ୍ତ ଅବାଧ ନିର୍ବାଚନ ହେଉ ନାହିଁ । ଭୋଟରଙ୍କୁ ପ୍ରଭାବିତ କରାଯାଉଛି । କୋଲାବିରା ବ୍ଲକ ଜିଲ୍ଲାପାଲି ଗ୍ରାମ ପଞ୍ଚାୟତର କମ୍ୟୁନିଟି ରିସୋର୍ସ ପର୍ସନ ଅଶ୍ମିତା ନାୟକ ଓ ବିନତା ନାୟକ, ଜେ ପଣ୍ଡାକି ମାଲ, ପୂଜା ପଟେଲ ସରକାରୀ ଚାକିରୀରେ ଥାଇ ବି ନିର୍ବାଚନ ପ୍ରଚାର କରିବା ସହ ବିଜେଡି ପାଇଁ ଟଙ୍କା ବାଣ୍ଟୁ ଛନ୍ତି ବୋଲି ଅଭିଯୋଗ କହିଛନ୍ତି ବିଜେପି ମୁଖପାତ୍ର ସୋନାଲି ସାହୁ । ସେହିପରି ସୁରୁଚି ପାଢ଼ି ଅଙ୍ଗନବାଡ଼ି କର୍ମୀ ସେ ସାମାଜିକ ଗଣମାଧ୍ୟମରେ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରୁଛନ୍ତି । ତାଙ୍କୁ ଭୋଟ ଦେବା ପାଇଁ ଲୋକଙ୍କୁ ଅପିଲ କରିବା ନିର୍ବାଚନ ଆଚରଣ ବିଧିର ଉଲଂଘନ । ତୁରନ୍ତ ଏମାନଙ୍କ ବିରୋଧରେ ଆକ୍ସନ ନେବା ପାଇଁ ସିଇଓଙ୍କ ନିକଟରେ ଦାବି କରିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ