ସରକାରୀ କର୍ମଚାରୀ ପ୍ରଚାର କରୁଛନ୍ତି, ଟଙ୍କା ବାଣ୍ଟୁଛନ୍ତି: ସୋନାଲି ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ସିଇଓଙ୍କୁ ଭେଟିଲା ବିଜେପି ଟିମ । ସରକାରୀ ଦଳ ନିର୍ବାଚନ ଆଚରଣ ବିଧି ଉଲଘଂନ କରୁଥିବା ଅଭିଯୋଗ କରିଛି ବିଜେପି । ବିଜେପି କହିଛି ମୁକ୍ତ ଅବାଧ ନିର୍ବାଚନ ହେଉ ନାହିଁ । ଭୋଟରଙ୍କୁ ପ୍ରଭାବିତ କରାଯାଉଛି । କୋଲାବିରା ବ୍ଲକ ଜିଲ୍ଲାପାଲି ଗ୍ରାମ ପଞ୍ଚାୟତର କମ୍ୟୁନିଟି ରିସୋର୍ସ ପର୍ସନ ଅଶ୍ମିତା ନାୟକ ଓ ବିନତା ନାୟକ, ଜେ ପଣ୍ଡାକି ମାଲ, ପୂଜା ପଟେଲ ସରକାରୀ ଚାକିରୀରେ ଥାଇ ବି ନିର୍ବାଚନ ପ୍ରଚାର କରିବା ସହ ବିଜେଡି ପାଇଁ ଟଙ୍କା ବାଣ୍ଟୁ ଛନ୍ତି ବୋଲି ଅଭିଯୋଗ କହିଛନ୍ତି ବିଜେପି ମୁଖପାତ୍ର ସୋନାଲି ସାହୁ । ସେହିପରି ସୁରୁଚି ପାଢ଼ି ଅଙ୍ଗନବାଡ଼ି କର୍ମୀ ସେ ସାମାଜିକ ଗଣମାଧ୍ୟମରେ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରୁଛନ୍ତି । ତାଙ୍କୁ ଭୋଟ ଦେବା ପାଇଁ ଲୋକଙ୍କୁ ଅପିଲ କରିବା ନିର୍ବାଚନ ଆଚରଣ ବିଧିର ଉଲଂଘନ । ତୁରନ୍ତ ଏମାନଙ୍କ ବିରୋଧରେ ଆକ୍ସନ ନେବା ପାଇଁ ସିଇଓଙ୍କ ନିକଟରେ ଦାବି କରିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’