Masthead

ସର୍ବସାଧାରଣ କରୁଛନ୍ତି ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । ପୁରୀ ଜିଲ୍ଲା ସହ ରାଜ୍ୟ ତଥା ରାଜ୍ୟ ବାହାରୁ ଭକ୍ତମାନେ ଆଜି ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । କିନ୍ତୁ ମନ୍ଦିର ପ୍ରବେଶ ପୂର୍ବରୁ କରୋନା ନେଗେଟିଭ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି । ଦର୍ଶନ କରିବା ପାଇଁ ୯୬ ଘଣ୍ଟା ପୂର୍ବର କୋଭିଡ଼ ନେଗେଟିଭ ରିପୋର୍ଟ ହୋଇଥିବା ଆବଶ୍ୟକ । ସେହିପରି ପୁରୀବାସୀଙ୍କ ପାଇଁ ମଧ୍ୟ କରୋନା ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି ।

ଶ୍ରୀମନ୍ଦିର ସାମ୍ନାରେ ବିଭିନ୍ନ କିଓସ୍କର ବ୍ୟବସ୍ଥା କରାଯାଇଛି । ଏହି କିଓସ୍କରେ ଭକ୍ତମାନେ ଆଣିଥିବା କରୋନା ନେଗେଟିଭ ରିପୋର୍ଟର ଯାଞ୍ଚ କରାଯିବ । ଶୃଙ୍ଖଳିତଭାବେ ଦର୍ଶନ କରିବା ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଗତ ବର୍ଷ ମାର୍ଚ୍ଚ ୨୦ରୁ କରୋନା ସଂକ୍ରମଣ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିଲା । ଦୀର୍ଘ ୯ମାସ ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ମିଳିଥିବାରୁ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିଯାଇଛି । ପ୍ରତିଦିନ ୧୫ରୁ ୧୭ ହଜାର ଭକ୍ତ ଦର୍ଶନ କରିବାର ସୂଯୋଗ ପାଇବେ । ଏହାସହିତ ଶ୍ରୀମନ୍ଦିର ଭିତରେ ମହାପ୍ରସାଦ ଖାଇବା ବାରଣ କରାଯାଇଛି । ସମସ୍ତ ଭକ୍ତଙ୍କ ପାଇଁ ପରିଚୟ ପତ୍ର ମଧ୍ୟ ବାଧ୍ୟତାମୂଳକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ