ପୁନେରେ ହେବ ବିଶ୍ୱସ୍ତରୀୟ ବିଜ୍ଞାନ ସହର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ସରକାରଙ୍କ ବଡ଼ ଘୋଷଣା । ପୁନେରେ ହେବ ବିଶ୍ୱସ୍ତରୀୟ ବିଜ୍ଞାନ ସହର । ତେବେ ଏହା ପୁନେର ପିମ୍ପ୍ରି ଚିଞ୍ଚୱାଡ ଅଞ୍ଚଳରେ ନିର୍ମାଣ ହେବ ବୋଲି ସୂଚନା ମିଳିଛି । କେବଳ ଏତିକି ନୁହେଁ ବରଂ ଏହି ସହରର ନାମ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ନାମରେ ନାମିତ କରାଯିବ । ଏହି ପ୍ରକଳ୍ପ ପାଇଁ ମୋଟ ୧୯୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି । ଅନ୍ୟପଟେ ଛାତ୍ରମାନଙ୍କ ବୈଷୟିକ ଜ୍ଞାନକୁ ବୃଦ୍ଧି କରିବା ସହ ଭବିଷ୍ୟତର ବୈଜ୍ଞାନିକଙ୍କୁ ପ୍ରସ୍ତୁତ କରିବା ପାଇଁ ରାଜ୍ୟରେ ବିଶ୍ୱସ୍ତରୀୟ ବିଜ୍ଞାନ ସହର ନିର୍ମାଣ କରାଯାଉଛି ବୋଲି ମହାରାଷ୍ଟ୍ର ସରକାର କହିଛନ୍ତି ।

ଏହା ସହ ପ୍ରସ୍ତାବିତ କମ୍ପେ୍ଲକ୍ସର ନାମ ଭାରତ ରତ୍ନ ରାଜୀବ ଗାନ୍ଧି ସାଇନ୍ସ ଇନୋଭେସନ ସିଟି ରଖାଯାଇଛି । ପିମ୍ପ୍ରି ଚିଞ୍ଚୱାଡ ମ୍ୟୁନିସିପାଲଟି କର୍ପୋରେସନ ଅଧୀନରେ ଥିବା ୮ ଏକର କମ୍ଳେକ୍ସରେ ଏହା ନିର୍ମାଣ କରାଯିବ । ତେବେ ଏହା ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ ହେବା ସହ ଏକବିଂଶ ଶତାବ୍ଦୀରେ ଭାରତକୁ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ମଜବୁତ କରିବା ପାଇଁ ଏହା ସହାୟକ ହେବ ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ