Masthead

ଚାଷୀଙ୍କ ଆନ୍ଦୋଳନ ପାଇଁ ଦିଲ୍ଲୀରେ ୫ଟି ସୀମା ସିଲ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚାଷୀଙ୍କ ଆନ୍ଦୋଳନ ପାଇଁ ଦିଲ୍ଲୀରେ ୫ଟି ସୀମା ସିଲ୍‌ । ହରିଆଣା ଓ ଉତ୍ତରଦେଶକୁ ଲାଗିଥିବା ୫ ପ୍ରମୁଖ ସୀମା ସିଲ୍‌ କରାଯାଇଛି । ଟିକିରି, ସିନ୍ଧୁ ସମେତ ଦିଲ୍ଲୀରେ ଅନେକ ସ୍ଥାନ ସିଲ୍‌ କରାଯାଇଛି । ଉତ୍ତରପ୍ରଦେଶକୁ ଲାଗିଥିବା ଚିଲ୍ଲା ସହ ଗାଜିପୁର ସୀମା ସିଲ୍‌ । ଦିଲ୍ଲୀ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ବ୍ୟାରିକେଡ୍‌ କରାଯାଇଛି । ଗତକାଲି କୃଷକମାନେ ଯାତ୍ରାକୁ ସାମୟିକ ଭାବେ ସ୍ଥଗିତ ରଖିଥିବାବେଳେ ଆଜି ପୁଣି ଶୋଭାଯାତ୍ରା ଆରମ୍ଭ ହେବ ବୋଲି କୃଷକ ସଂଗଠନମାନେ ଘୋଷଣା କରିଛନ୍ତି।ପଞ୍ଜାବର ଫତେଗଡ଼ ସାହିବରୁ ‘ଦିଲ୍ଲୀ ଚଲୋ’ ଶୋଭାଯାତ୍ରାରେ ଯାଉଥିବା କୃଷକଙ୍କ ଉପରକୁ ଶମ୍ଭୁ ସୀମାରେ ପୋଲିସ ଲୁହବୁହା ଗ୍ୟାସ୍ ସେଲ୍ ମାଡ଼ କରିଥିଲା।

ଗାଜିପୁର ସୀମାରେ ଏକାଧିକ କୃଷକ ନେତାଙ୍କୁ ମଧ୍ୟ ଅଟକ ରଖାଯାଇଛି । ଦିଲ୍ଲୀର ସିଂଘୁ, ଟିକ୍ରି ଓ ଗାଜିପୁର ସୀମାରେ ପ୍ରବଳ ଜାମ୍ ଲାଗି ରହିଛି। କୃଷକ ଆନ୍ଦୋଳନକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ଓ ଦିଲ୍ଲୀ ମଧ୍ୟରେ ୟୁପି ଗେଟ୍ ନିକଟରେ ଏକ ପାଚେରି ନିର୍ମାଣ କରାଯାଇଛି। ଦିଲ୍ଲୀକୁ ଯାଉଥିବା ଜାତୀୟ ରାଜପଥକୁ ବନ୍ଦ କରି ଦିଆଯାଇଛି।ଅନ୍ୟପଟେ କୃଷକ ନେତା ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ବିଫଳ ହେବା ପରେ ମଙ୍ଗଳବାର କୃଷକମାନଙ୍କ ଦିଲ୍ଲୀ ଚଲୋ ଶୋଭାଯାତ୍ରାକୁ ଜାତୀୟ ରାଜଧାନୀରେ ପ୍ରବେଶ ନ କରିବା ପାଇଁ ଦିଲ୍ଲୀ ସୀମାରେ ବହୁସ୍ତରୀୟ ବ୍ୟାରିକେଡ୍, କଂକ୍ରିଟ୍ ବ୍ୟାରିକେଡ୍, ଲୁହା ନଖ ଏବଂ କଣ୍ଟେନର କାନ୍ଥ ସହିତ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ