ପଞ୍ଜାବ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ପରଲୋକ, ୨ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପଞ୍ଜାବ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ପରଲୋକ । ୯୫ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଜନ୍ମମାଟି ଭଟିଣ୍ଡା ମୋହଲରି ବାଦଲ ଗାଁରେ ହେବ ଅନ୍ତିମ ସଂସ୍କାର । ପ୍ରକାଶ ସିଂଙ୍କ ଦେହାନ୍ତରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି । ୧୯୨୭ରେ ସେ ଜନ୍ମଗ୍ରହଣ କରିଥିଲେ । ଅସୁସ୍ଥତା କାରଣରୁ ପ୍ରକାଶ ସିଂ ବାଦଲଙ୍କୁ ସପ୍ତାହେ ତଳେ ପଞ୍ଜାବ ମୋହାଲିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଗତବର୍ଷ ଜୁନରେ ବି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ଗତ ଜାନୁଆରୀରେ ସେ କରୋନାରେ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପ୍ରକାଶ ସିଂ ବାଦଲ ପାଞ୍ଚ ଥର ପଞ୍ଜାବର ମୁଖ୍ୟମନ୍ତ୍ରୀ ହୋଇଥିଲେ । ୧୯୪୭ରେ ସେ ରାଜନୀତିରେ ପାଦ ଦେଇଥିଲେ । ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଥିଲେ ପ୍ରକାଶ ସିଂ । ୧୯୫୭ରେ ସେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଲଢିଥିଲେ । ୧୯୬୯ରେ ସେ ନିର୍ବାଚନ ଜିତିଥିଲେ । ୧୯୭୦-୭୧, ୧୯୭୭-୮୦, ୧୯୯୭-୨୦୦୨ ଯାଏଁ ସେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଥିଲେ । ଗତବର୍ଷ ବିଧାନସଭା ନିର୍ବାଚନ ଲଢି ହାରିଯାଇଥିଲେ ପ୍ରକାଶ ସିଂହ ବାଦଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ