Masthead

ପଞ୍ଜାବ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ପରଲୋକ, ୨ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପଞ୍ଜାବ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ପରଲୋକ । ୯୫ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଜନ୍ମମାଟି ଭଟିଣ୍ଡା ମୋହଲରି ବାଦଲ ଗାଁରେ ହେବ ଅନ୍ତିମ ସଂସ୍କାର । ପ୍ରକାଶ ସିଂଙ୍କ ଦେହାନ୍ତରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି । ୧୯୨୭ରେ ସେ ଜନ୍ମଗ୍ରହଣ କରିଥିଲେ । ଅସୁସ୍ଥତା କାରଣରୁ ପ୍ରକାଶ ସିଂ ବାଦଲଙ୍କୁ ସପ୍ତାହେ ତଳେ ପଞ୍ଜାବ ମୋହାଲିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଗତବର୍ଷ ଜୁନରେ ବି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ଗତ ଜାନୁଆରୀରେ ସେ କରୋନାରେ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପ୍ରକାଶ ସିଂ ବାଦଲ ପାଞ୍ଚ ଥର ପଞ୍ଜାବର ମୁଖ୍ୟମନ୍ତ୍ରୀ ହୋଇଥିଲେ । ୧୯୪୭ରେ ସେ ରାଜନୀତିରେ ପାଦ ଦେଇଥିଲେ । ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଥିଲେ ପ୍ରକାଶ ସିଂ । ୧୯୫୭ରେ ସେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଲଢିଥିଲେ । ୧୯୬୯ରେ ସେ ନିର୍ବାଚନ ଜିତିଥିଲେ । ୧୯୭୦-୭୧, ୧୯୭୭-୮୦, ୧୯୯୭-୨୦୦୨ ଯାଏଁ ସେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଥିଲେ । ଗତବର୍ଷ ବିଧାନସଭା ନିର୍ବାଚନ ଲଢି ହାରିଯାଇଥିଲେ ପ୍ରକାଶ ସିଂହ ବାଦଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ