Masthead

ସରିଲା କାର୍ତ୍ତିକ ମାସ: ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ୱାର

ପୁରୀ (ବଡ଼ ଖବର ବ୍ୟୁରୋ): ସରିଲା ଧର୍ମମାସ କାର୍ତ୍ତିକ। ଶ୍ରୀମନ୍ଦିରରୁ ହଟିଲା ପ୍ରବେଶ କଟକଣା। ଶନିବାରଠାରୁ ପୁଣି ଶ୍ରୀମନ୍ଦିରକୁ ୪ ଦ୍ୱାରରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲା ଯାଇଛି। । ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ କରିପାରିବେ। ସେବାୟତ ତଥା ତାଙ୍କ ପରିବାରବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ । ଏନେଇ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି ହୋଇଛି । ଶୁକ୍ରାବର ନୂଆ ଦର୍ଶନ ବ୍ୟବସ୍ଥା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଜରୁରି ବୈଠକ କରାଯାଇ ଏହି ନିଷ୍ପତ୍ତି ହୋଇଛି ।

କାର୍ତ୍ତିକ ମାସରେ ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରଦ୍ଧାଳୁଙ୍କ ନିମନ୍ତେ କେବଳ ସିଂହଦ୍ୱାର ଦେଇ ପ୍ରବେଶ ଓ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା ହୋଇଥିଲା । ଅନ୍ୟପଟେ ଶ୍ରୀମନ୍ଦିର ନାଟମଣ୍ଡପରେ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ଶୃଙ୍ଖଳା ଆଣିବା ନିମନ୍ତେ ପ୍ରାଶାସନିକ ନୂଆ ବ୍ୟବସ୍ଥା ସରକାରଙ୍କ ନିକଟରେ ବିଚାରାଧୀନ ଥିବାରୁ ଏହା ଲାଗୁ ହେବନାହିଁ । ସରକାରଙ୍କ ସବୁଜ ସଙ୍କେତ ମିଳିବା ପରେ ତଥା ଶ୍ରୀମନ୍ଦିର ପରିଚାଳନା କମିଟିଙ୍କ ପରାମର୍ଶ ଓ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ