Masthead

ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ଆଜି ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି କୋଟି ପୂଣ୍ୟ ଅର୍ଜିବେ ଶ୍ରଦ୍ଧାଳୁ । ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା। ଆଡ଼ପ ଅବଢ଼ା ପାଇ କୃତ୍ୟ କୃତ୍ୟ ହେବେ ଅଗଣିତ ଜଗନ୍ନାଥ ପ୍ରେମୀ । ଶ୍ରୀଗୁଣ୍ଡିଚା ମନ୍ଦିର ଭକ୍ତମୟ ହୋଇଛି। ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଗତକାଲି ଚକ୍ରରାଜ ସୁଦର୍ଶନଙ୍କ ସହ ତିନି ଠାକୁର ଗୋଟି ପହଣ୍ଡିରେ ଜନ୍ମବେଦୀରେ ବିରାଜମାନ କରିଛନ୍ତି ।

ରଥରୁ ଓହ୍ଲାଇ ପ୍ରଥମେ ସୁଦର୍ଶନ ପରେ ବଳଭଦ୍ର ଓ ସୁଭଦ୍ରା ଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ଶେଷରେ କାଳିଆ ଠାକୁର ରଥରୁ ଓହ୍ଲାଇ ଜନ୍ମବେଦୀରେ ବିଜେ କରିଛନ୍ତି । ଗତକାଲି ସନ୍ଧ୍ୟାଧୂପ ପରେ ଗୋଟି ପହଣ୍ଡିରେ ଗଲେ ଭାଇ-ଭଉଣୀ। ଆଜି ଶ୍ରଦ୍ଧାଳୁଙ୍କୁ ମିଳିବ ଆଡ଼ପ ଅବଢ଼ା । ଅନ୍ୟପଟେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ