Masthead

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି, ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଫାଲଗୁନ ଶୁକ୍ଲ ଚତୁର୍ଥୀ। ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ସନ୍ଧ୍ୟା ୬ରୁ ରାତି ୯ଟା, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ବିତୀୟ ଭୋଗମଣ୍ଡପ ପରେ ଆରମ୍ଭ ହେବ ନୀତିକାନ୍ତି । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି। ଏହା ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ଯାଏ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ