Masthead

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଏହି ସମୟରେ ଭକ୍ତମାନେ ମନ୍ଦିର ମଧ୍ୟକୁ ପ୍ରବେଶ କରିପାରିବେନାହିଁ । ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଦିନ ମହାପ୍ରଭୁଙ୍କ ବନକ ଲାଗି ନୀତି ହୋଇଥାଏ । ଏହା ଏକ ଗୁପ୍ତ ନୀତି ଅଟେ । ଦ୍ୱିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ କବାଟ ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି ।

ଏହି ନୀତି ସମାପନ ହେବାକୁ ପ୍ରାୟ ଚାରି ଘଣ୍ଟା ସମୟ ଲାଗିଥାଏ । ଏହି ସମୟରେ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ଶ୍ରୀମୁଖ ଶୃଙ୍ଗାର ପାଇଁ ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ମଧ୍ୟ ବ୍ୟବହୃତ ହୋଇଥାଏ । ବଜାରରେ ମିଳୁଥିବା ରଙ୍ଗ ବନକ ଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶାଯାଏ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା