ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ବାଣ ବିସ୍ଫୋରଣ ଘଟଣା । ଆଉ ୨ ଜଣଙ୍କର ମୃତ୍ୟୁ । ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି । ବର୍ତ୍ତମାନ ୧୯ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ । ପ୍ରେସ୍ ରିଲିଜ ଜରିଆରେ ସୂଚନା ଦେଲେ ଏସ୍ଆରସି । ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଭଉଁରୀ ଖେଳ ବେଳେ ହୋଇଥିଲା ବାଣ ବିସ୍ଫୋରଣ ।
ମହାପ୍ରଭୁଙ୍କ ଭଉଁରୀ ନୀତି ଚାଲିଥିବା ସମୟରେ ନୀତି ଦେଖିବାପାଇଁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଏହି ସମୟରେ ଦେବୀଘାଟ ନିକଟ ଦସତୁଠ ନିକଟରେ ବାଣ ବିସ୍ଫୋରଣ ହୋଇଥିଲା।ଏଥିଯୋଗୁ ନିଆଁ ହୁଳା ଉପସ୍ଥିତ ଲୋକଙ୍କ ଉପରେ ପଡ଼ିବାରୁ ସେମାନେ ପ୍ରାଣ ବିକଳରେ ଏଣେତେଣେ ଦୌଡ଼ିବାକୁ ଲାଗିଲେ। ଅନେକ ଲୋକ ଜୀବନ ବଞ୍ଚାଇବା ପାଇଁ ପାଣିକୁ ମଧ୍ୟ ଡେଇଁ ପଡିଥିଲେ ।