Masthead

ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ଅଘଟଣ: ବାଣ ବିସ୍ଫୋରଣରେ ୩୦ରୁ ଅଧିକ ଆହତ

ପୁରୀ(ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କ ଚାପ ଖେଳବେଳେ ଅଘଟଣ । ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଭଉଁରୀ ଖେଳ ବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। କଟକ ଏସସିବି ମେଡିକାଲରେ ଜଣେ ଏବଂ ଭୁବନେଶ୍ବରର ଦୁଇ ଘରୋଇ ମେଡିକାଲରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ମିଳିଛି । ଏଥିରେ ୩୦ରୁ ଅଧିକ ଆହତ ହୋଇଛନ୍ତି । ଗତ ରାତିରେ ମହାପ୍ରଭୁଙ୍କ ଭଉଁରୀ ନୀତି ଚାଲିଥିବା ସମୟରେ ନୀତି ଦେଖିବାପାଇଁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଏହି ସମୟରେ ଦେବୀଘାଟ ନିକଟ ଦସତୁଠ ନିକଟରେ ବାଣ ବିସ୍ଫୋରଣ ହୋଇଥିଲା।

ଏଥିଯୋଗୁ ନିଆଁ ହୁଳା ଉପସ୍ଥିତ ଲୋକଙ୍କ ଉପରେ ପଡ଼ିବାରୁ ସେମାନେ ପ୍ରାଣ ବିକଳରେ ଏଣେତେଣେ ଦୌଡ଼ିବାକୁ ଲାଗିଲେ। ଅନେକ ଲୋକ ଜୀବନ ବଞ୍ଚାଇବା ପାଇଁ ପାଣିକୁ ମଧ୍ୟ ଡେଇଁ ପଡିଥିଲେ । ବାଣ ପଡ଼ି ସେଠାରେ ଉପସ୍ଥିତ ପ୍ରାୟ ୩୦ ଜଣ ଆତହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ବର୍ଣ୍ଣ ୟୁନିଟ୍ ନଥିବାରୁ ଗୁରୁତରଙ୍କୁ କଟକ ବଡ଼ ମେଡିକାଲ ଏବଂ ଭୁବନେଶ୍ୱର ଓ କଟକର ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବାଣ ଫୁଟି ପୋଡ଼ି ଯାଇଥିବା ବ୍ୟକ୍ତିଙ୍କ ମଧ୍ୟରେ କିଛି ଛୋଟ ପିଲା ମଧ୍ୟ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ