Masthead

ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ଅଘଟଣ: ବାଣ ବିସ୍ଫୋରଣରେ ୩୦ରୁ ଅଧିକ ଆହତ

ପୁରୀ(ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କ ଚାପ ଖେଳବେଳେ ଅଘଟଣ । ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଭଉଁରୀ ଖେଳ ବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। କଟକ ଏସସିବି ମେଡିକାଲରେ ଜଣେ ଏବଂ ଭୁବନେଶ୍ବରର ଦୁଇ ଘରୋଇ ମେଡିକାଲରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ମିଳିଛି । ଏଥିରେ ୩୦ରୁ ଅଧିକ ଆହତ ହୋଇଛନ୍ତି । ଗତ ରାତିରେ ମହାପ୍ରଭୁଙ୍କ ଭଉଁରୀ ନୀତି ଚାଲିଥିବା ସମୟରେ ନୀତି ଦେଖିବାପାଇଁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଏହି ସମୟରେ ଦେବୀଘାଟ ନିକଟ ଦସତୁଠ ନିକଟରେ ବାଣ ବିସ୍ଫୋରଣ ହୋଇଥିଲା।

ଏଥିଯୋଗୁ ନିଆଁ ହୁଳା ଉପସ୍ଥିତ ଲୋକଙ୍କ ଉପରେ ପଡ଼ିବାରୁ ସେମାନେ ପ୍ରାଣ ବିକଳରେ ଏଣେତେଣେ ଦୌଡ଼ିବାକୁ ଲାଗିଲେ। ଅନେକ ଲୋକ ଜୀବନ ବଞ୍ଚାଇବା ପାଇଁ ପାଣିକୁ ମଧ୍ୟ ଡେଇଁ ପଡିଥିଲେ । ବାଣ ପଡ଼ି ସେଠାରେ ଉପସ୍ଥିତ ପ୍ରାୟ ୩୦ ଜଣ ଆତହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ବର୍ଣ୍ଣ ୟୁନିଟ୍ ନଥିବାରୁ ଗୁରୁତରଙ୍କୁ କଟକ ବଡ଼ ମେଡିକାଲ ଏବଂ ଭୁବନେଶ୍ୱର ଓ କଟକର ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବାଣ ଫୁଟି ପୋଡ଼ି ଯାଇଥିବା ବ୍ୟକ୍ତିଙ୍କ ମଧ୍ୟରେ କିଛି ଛୋଟ ପିଲା ମଧ୍ୟ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ