Masthead

ଛତିଶା ନିଯୋଗ ବୈଠକ: ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ପୁରୀ(ବଡ଼ ଖବର ବ୍ୟୁରୋ): ଛତିଶା ନିଯୋଗ ବୈଠକରେ ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ । ବୈଠକରେ ନୀତି ନିର୍ଘଣ୍ଟ ସହ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବାରୋପ । ମହାପ୍ରଭୁଙ୍କ ସବୁ ବେଶକୁ ଶ୍ରଦ୍ଧାଳୁ ଭଲ ଭାବେ ଦେଖିବା ଉପରେ ଗୁରୁତ୍ୱ । ଶୃଙ୍ଖଳିତ ନୀତିକାନ୍ତି ସହ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଓ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା କିଭଳି ସୁରୁଖୁରୁରେ ସମ୍ପନ୍ନ ହେବ ସେନେଇ ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ । ଘୋଷଣା ହୋଇଥିବା ୫ ଶହ କୋଟିର କର୍ପସ ଫଣ୍ଡ ପାଇଁ କୃତଜ୍ଞତା ।

ଆସନ୍ତା ୨୨ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ବିଶେଷ ନୀତିକାନ୍ତି ଥିବାରୁ ଏହାକୁ କିଭଳି ଶୃଙ୍ଖଳିତ ଭାବେ ପରିଚାଳିତ କରାଯିବ ସେନେଇ ବିଶେଷ ଗୁରୁତ୍ୱ ଦିଆଯାଇଛି। ସ୍ନାନ ପୂର୍ଣ୍ଣିମା ଦିନ ପହଣ୍ଡି ସମୟ ଭୋର ୪ଟା ରୁ ୬ଟା ରହିଛି । ଏହାପରେ ଅନ୍ୟାନ୍ୟ ନୀତିକାନ୍ତି ବଢ଼ିବା ପରେ ଦିନ ୨ଟା ରେ ଛେରା ପହଁରା, ୨ଟା ୪୦ ରେ ହାତୀବେଶ, ୬ଟା ୩୦ ରୁ ୯ଟା ୩୦ ମଧ୍ୟରେ ସାହାଣମେଲା ଦର୍ଶନ ରହିଛି । ପରେ ୧୦ଟା ୩୦ ରୁ ରାତ୍ର ୧ ଟା ମଧ୍ୟରେ ବାହୁଡ଼ା ପହଣ୍ଡି, ୧ଟା ୩୦ରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି କରାଯିବା ନେଇ ନୀତି ନିର୍ଘଣ୍ଟରେ ସୂଚନା ଦିଆଯାଇଛି । ତେବେ ଉକ୍ତ ଦିନର ନୀତି ଅନୁଯାୟୀ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ ହୋଇପାରେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ