Masthead

ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା, ଅପରାହ୍ନ ୨ଟାରୁ ୬ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ । ଶ୍ରାବଣ ଅମାବାସ୍ୟା ତଥା ଚିତାଲାଗି ଅମାବାସ୍ୟା ଅବସରରେ ଆଜି ଅପରାହ୍ନ ୨ଟାରୁ ସା ୬ଟା ୪ ଘଣ୍ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି। ଏହା ଗୁପ୍ତ ନୀତି ହୋଇଥିବାରୁ ନୀତି ସମୟରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଅନ୍ୟାନ୍ୟ ନୀତି ହୋଇ ଜୟବିଜୟ ଦ୍ୱାର ବନ୍ଦ ହେବ। ଏହାପରେ ଦଇତାପତି ସେବକମାନେ ଚିତାଲାଗି ପାଇଁ ଗର୍ଭଗୃହରେ ପ୍ରବେଶ କରିବେ।

ବାଡ଼ଗ୍ରାହୀ ଦଇତା ପତି ମହାପାତ୍ର ରତ୍ନସିଂହାସନ ଉପରେ ଉଦ୍ଧିଷ୍ଟ କାଠଘୋଡ଼ା ଉପରେ ଚଢି ପାଟରା ଦେଇଥିବା ପାଟଡ଼ୋରାରେ ଉକ୍ତ ଚିତାକୁ ବାନ୍ଧି ଶ୍ରୀବିଗ୍ରହଙ୍କ ଶ୍ରୀମୁଖରେ ଲାଗି କରିବେ। ଶ୍ରୀବଳଭଦ୍ରଙ୍କ ଶ୍ରୀମୁଖରେ ସବୁଜ ରଙ୍ଗର ପାନ୍ନାଚିତା, ଶ୍ରୀଜଗନ୍ନାଥଙ୍କ ଶ୍ରୀମୁଖରେ ଉଜ୍ୱଳ ବ୍ରହ୍ମଜ୍ୟୋତି ଖଚିତ ହୀରାଚିତା, ମା’ ସୁଭଦ୍ରାଙ୍କ ଶ୍ରୀମୁଖରେ ମାଣିକ୍ୟ ଖଚିତ ଚିତା ଲାଗି କରାଯିବ। ଦଇତାମାନେ ଚିତା ଲାଗି କରି ଗର୍ଭଗୃହରୁ ଆସିଲା ପରେ ପାଳିଆ ମେକାପ ରତ୍ନସିଂହାସନ ମାର୍ଜଣା କରିବେ। ପରେ ମହାପ୍ରଭୁଙ୍କ ମହାସ୍ନାନ ହୋଇ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ଏନେଇ ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ