ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା, ଅପରାହ୍ନ ୨ଟାରୁ ୬ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ । ଶ୍ରାବଣ ଅମାବାସ୍ୟା ତଥା ଚିତାଲାଗି ଅମାବାସ୍ୟା ଅବସରରେ ଆଜି ଅପରାହ୍ନ ୨ଟାରୁ ସା ୬ଟା ୪ ଘଣ୍ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି। ଏହା ଗୁପ୍ତ ନୀତି ହୋଇଥିବାରୁ ନୀତି ସମୟରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଅନ୍ୟାନ୍ୟ ନୀତି ହୋଇ ଜୟବିଜୟ ଦ୍ୱାର ବନ୍ଦ ହେବ। ଏହାପରେ ଦଇତାପତି ସେବକମାନେ ଚିତାଲାଗି ପାଇଁ ଗର୍ଭଗୃହରେ ପ୍ରବେଶ କରିବେ।

ବାଡ଼ଗ୍ରାହୀ ଦଇତା ପତି ମହାପାତ୍ର ରତ୍ନସିଂହାସନ ଉପରେ ଉଦ୍ଧିଷ୍ଟ କାଠଘୋଡ଼ା ଉପରେ ଚଢି ପାଟରା ଦେଇଥିବା ପାଟଡ଼ୋରାରେ ଉକ୍ତ ଚିତାକୁ ବାନ୍ଧି ଶ୍ରୀବିଗ୍ରହଙ୍କ ଶ୍ରୀମୁଖରେ ଲାଗି କରିବେ। ଶ୍ରୀବଳଭଦ୍ରଙ୍କ ଶ୍ରୀମୁଖରେ ସବୁଜ ରଙ୍ଗର ପାନ୍ନାଚିତା, ଶ୍ରୀଜଗନ୍ନାଥଙ୍କ ଶ୍ରୀମୁଖରେ ଉଜ୍ୱଳ ବ୍ରହ୍ମଜ୍ୟୋତି ଖଚିତ ହୀରାଚିତା, ମା’ ସୁଭଦ୍ରାଙ୍କ ଶ୍ରୀମୁଖରେ ମାଣିକ୍ୟ ଖଚିତ ଚିତା ଲାଗି କରାଯିବ। ଦଇତାମାନେ ଚିତା ଲାଗି କରି ଗର୍ଭଗୃହରୁ ଆସିଲା ପରେ ପାଳିଆ ମେକାପ ରତ୍ନସିଂହାସନ ମାର୍ଜଣା କରିବେ। ପରେ ମହାପ୍ରଭୁଙ୍କ ମହାସ୍ନାନ ହୋଇ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ଏନେଇ ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ