Masthead

ଥାନା ଆଗରେ ଦୁର୍ବୃତ୍ତଙ୍କ ଆତଙ୍କ

ପୁରୀ (ବଡ଼ ଖବର ବ୍ୟୁରୋ): ଥାନା ନିକଟରେ ଦୁର୍ବୃତ୍ତଙ୍କ ଆତଙ୍କ। ଦୁର୍ବୃତ୍ତଙ୍କ ଆକ୍ରମଣରେ ଲହୁ ଲୁହାଣ ହେଲେ ଜଣେ ଦୋକାନୀ। ଆକ୍ରମଣ ସହିତ ଟଙ୍କା ମଧ୍ୟ ଛଡାଇ ନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଗତକାଲି ବିଳମ୍ବିତ ରାତିରେ ପୁରୀ ସଦର ଥାନା ନିକଟରେ ଘଟିଛି ଏଭଳି ଘଟଣା। ଆକ୍ରମଣର ଶିକାର ହୋଇଥିବା ଦୋକାନୀ ଜଣକ ହେଉଛନ୍ତି ବାଟ ଗାଁର ସୁନିଲ ନାୟକ। ଗତକାଲି ବିଳମ୍ବିତ ରାତିରେ ସୁନିଲ୍ ତାଙ୍କ ଦୋକାନରେ ଶୋଇଥିଲେ।

ଦୋକାନ ବନ୍ଦ ଥିବା ସମୟରେ ତିନି ଜଣ ଯୁବକ ତାଙ୍କ ଦୋକାନ ଭିତରେ ପଶି ତାଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହ ତାଙ୍କଠାରୁ ୧୨ ହଜାର ୮ ଶହ ଟଙ୍କା ଛଡ଼ାଇ ନେଇଥିବା ଅଭିଯୋଗ ହୋଇଛି। ଏନେଇ ସଦର ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଥାନା ନିକଟରେ ଦୁର୍ବୃତ୍ତଙ୍କ ଏଭଳି ଆତଙ୍କରାଜକୁ ନେଇ ପୋଲିସର କାର୍ଯ୍ୟଶୈଳୀ ଉପରେ ସାଧାରଣରେ ପ୍ରଶ୍ନ ଉଠିଛି। ଥାନା ନିକଟରେ ଯଦି ସାଧାରଣ ଲୋକ ସୁରକ୍ଷିତ ନୁହନ୍ତି ତେବେ ପୁରୀକୁ ଆସୁଥିବା ପର୍ଯ୍ୟଟକ ଓ ସ୍ଥାନୀୟ ଲୋକେ ନିଜକୁ କେତେ ସୁରକ୍ଷିତ ମନେ କରିବେ ସେନେଇ ମଧ୍ୟ ପ୍ରଶ୍ନ ଉଠିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା