Masthead

ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଅଘଟଣ। ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ଘଟି ଜଳିଗଲା ଦଶରୁ ଉର୍ଦ୍ଧ୍ବ ଫାଇବର ବେରିକେଡ ଓ କେବଲ୍। ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ କେହି ପାଖକୁ ଯିବାକୁ ଭୟ କରୁଥିଲେ। ଅଗ୍ନିକାଣ୍ଡ ଯୋଗୁଁ ନାକଚଣା ଦ୍ୱାର ସମ୍ମୁଖ ଗଛ ଓ ଅନ୍ୟାନ୍ୟ ଜିନିଷ ଜଳିଯାଇଛି। ତେବେ ଆଜି ନିମାପଡା ଓ କାକଟପୁରରେ ନିର୍ବାଚନ ଥିବାରୁ ଏସ୍ପି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଯାଉଥିବାସମୟରେ ତାଙ୍କ ନଜର କୁ ଏଭଳି ଘଟଣା ଆସିଥିଲା।

ଫଳରେ ସେ ତୁରନ୍ତ ଦମକଳ ଅଫିସକୁ ଫୋନ୍ କରିଥିଲେ। ଦମକଳ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଥିଲା। ତେବେ ଅଗ୍ନିକାଣ୍ଡରେ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ଓ ପାଚେରୀ କ୍ଷତିଗ୍ରସ୍ତ ହୋଇଛି। ଅଗ୍ନିକାଣ୍ଡ ଧୂଆଁ ଓ ତାତିରେ କଳା ପଡିଯାଇଛି। ତେବେ ଏଠାରେ କିଭଳି ନିଆଁ ଲାଗିଲା ଓ କିଏ ଲଗାଇଲା ତାହା ସ୍ପଷ୍ଟ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା