Masthead

ପୁରୀରେ ଦାଦାବଟି ପାଇଁ ଗୁଳିମାଡ଼

(ବଡ଼ ଖବର ବ୍ୟୁରୋ)  ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ସ୍ତ୍ରୀ ଗୁଳିମାଡ଼ ଖାଇଲା । ତେବେ ଗୁରୁତର ମହିଳାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରଜଣକ ହେଲେ ପୁରୀ ନରେନ୍ଦ୍ରକୋଣ ଅଞ୍ଚଳର ଜିତେନ୍ଦ୍ର ସାହୁଙ୍କ ପତ୍ନୀ ଶକୁନ୍ତଳା ସାହୁ । ସୂଚନା ଅନୁଯାୟୀ ଦାଦାବଟିକୁ ନେଇ ଏଭଳି ସାଂଘାତିକ ଘଟଣା ଘଟିଛି ।

ଦାଦାବଟି ନେଇ ପୁରୀ ନରେନ୍ଦ୍ରକୋଣ ଅଞ୍ଚଳର ଜିତେନ୍ଦ୍ର ସାହୁଙ୍କର କିଛି ଦୁର୍ବୃତ୍ତଙ୍କ ସହ ପୂର୍ବରୁ ଝଗଡା ହୋଇଥିଲା । ତାଙ୍କୁ ଦୁର୍ବୃତ୍ତମାନେ ଧମକଚମକ ଦେଇଥିଲେ । ତେବେ ଗତକାଲି ରାତି ପ୍ରାୟ ୧୨ଟାରେ କିଛି ଦୁର୍ବୃତ୍ତ ଜିତେନ୍ଦ୍ରଙ୍କ ଘର କବାଟ ବାଡେଇ ଦାଦାବଟି ମାଗିଥିଲେ । କିନ୍ତୁ ଜିତେନ୍ଦ୍ର କବାଟ ଖୋଲିନଥିଲେ । ପରେ ତାଙ୍କ ଘରର ଗ୍ରିଲ ପଟେ ଜିତେନ୍ଦ୍ରଙ୍କୁ ଲକ୍ଷ କରି ଗୁଳି କରିଥିଲେ । ମାତ୍ର ଶକୁନ୍ତଳା ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ନିଜେ ଗୁଳିମାଡ ଖାଇଥିଲେ ।

ଗୁରୁତର ଆବସ୍ଥାରେ ତାଙ୍କୁ ପ୍ରଥମେ ପୁରୀ ମେଡିକାଲ ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଭୟଙ୍କୁ ଚିହ୍ନଟ କରିଥିବା ବେଳେ ସେମାନଙ୍କୁ ଧରିବା ପାଇଁ ୨ଟି ଟିମ ଗଠିତ ହୋଇଛି । ତେବେ ବିଭିନ୍ନ ସ୍ଥାନରେ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ