ରାତି ପାହିଲେ କାର୍ତ୍ତିକ ପୂର୍ଣ୍ଣିମା, ଶ୍ରୀମନ୍ଦିର ପହଞ୍ଚି ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି

ସୁରକ୍ଷା ପାଇଁ ୫୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ପୁରୀ(ବଡ଼ ଖବର ବ୍ୟୁରୋ):ପଞ୍ଚୁକ ବ୍ରତ ପାଇଁ ଶ୍ରୀକ୍ଷେତ୍ରର ଲାଗିରହିଛି ପ୍ରବଳ ଗହଳି। ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ବ୍ୟବସ୍ଥା ନେଇ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ ଆଜି ପୁରୀ ପହଞ୍ଚି ସମୀକ୍ଷା କରିଛନ୍ତି। ଆସନ୍ତାକାଲି କାର୍ତିକ ପୂର୍ଣ୍ଣିମାରେ ଭିଡକୁ ଦୃଷ୍ଟିରେ ରଖି ଭକ୍ତଙ୍କ ସୁରକ୍ଷିତ ଦର୍ଶନ ନେଇ ସମୀକ୍ଷା କରିଛନ୍ତି ପୋଲିସ ଆଇଜି।

ପୁରୀ ଏସ୍ପି ବିଶାଳ ସିଂଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଏହି ସମୀକ୍ଷା ବୈଠକରେ ସାମିଲ ହୋଇଥିଲେ । ଭିନ୍ନକ୍ଷମ, ବୟସ୍କ ଓ ହାବିଷ୍ୟାଳିଙ୍କ ଦର୍ଶନ ସୁବିଧା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ୫୦ ଜଣ ସ୍ବେଚ୍ଛାସେବୀ ପୋଲିସ କର୍ମଚାରୀ, ଯୁବଶକ୍ତି ଓ ଏନଜିଓଙ୍କୁ ଏହି କାର୍ୟ୍ୟରେ ନିୟୋଜିତ କରାଯାଇଛି ।

ଶ୍ରୀମନ୍ଦିର ସମେତ ପୁରୀ ସହରର ଅନ୍ୟାନ୍ୟ ପବିତ୍ର ପୁଷ୍କରିଣୀରେ, ସମୁଦ୍ରକୂଳ ଅଂଚଳରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ସୁରକ୍ଷା ଓ ସୁରକ୍ଷିତ ଦର୍ଶନ ପାଇଁ ୭ ଜଣ ଅତିରିକ୍ତ ଏସ୍ପି, ୨୦ ଜଣ ଡ଼ିଏସପି, ୩୨ ଜଣ ଇନ୍ସପେକ୍ଟର, ୧୩୨ ଜଣ ସବଇନ୍ସପେକ୍ଟର, ୨୪୦ ଜଣ ହାବିଲଦାର, ୪୩୨ ଜଣ ହୋମଗାର୍ଡଙ୍କ ସହିତ ମୋଟ ୫୦ ପ୍ଲାଟୁନ ପୋଲିସ ଫୋର୍ସର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!