Masthead

ରାତି ପାହିଲେ କାର୍ତ୍ତିକ ପୂର୍ଣ୍ଣିମା, ଶ୍ରୀମନ୍ଦିର ପହଞ୍ଚି ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି

ସୁରକ୍ଷା ପାଇଁ ୫୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ପୁରୀ(ବଡ଼ ଖବର ବ୍ୟୁରୋ):ପଞ୍ଚୁକ ବ୍ରତ ପାଇଁ ଶ୍ରୀକ୍ଷେତ୍ରର ଲାଗିରହିଛି ପ୍ରବଳ ଗହଳି। ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ବ୍ୟବସ୍ଥା ନେଇ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ ଆଜି ପୁରୀ ପହଞ୍ଚି ସମୀକ୍ଷା କରିଛନ୍ତି। ଆସନ୍ତାକାଲି କାର୍ତିକ ପୂର୍ଣ୍ଣିମାରେ ଭିଡକୁ ଦୃଷ୍ଟିରେ ରଖି ଭକ୍ତଙ୍କ ସୁରକ୍ଷିତ ଦର୍ଶନ ନେଇ ସମୀକ୍ଷା କରିଛନ୍ତି ପୋଲିସ ଆଇଜି।

ପୁରୀ ଏସ୍ପି ବିଶାଳ ସିଂଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଏହି ସମୀକ୍ଷା ବୈଠକରେ ସାମିଲ ହୋଇଥିଲେ । ଭିନ୍ନକ୍ଷମ, ବୟସ୍କ ଓ ହାବିଷ୍ୟାଳିଙ୍କ ଦର୍ଶନ ସୁବିଧା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ୫୦ ଜଣ ସ୍ବେଚ୍ଛାସେବୀ ପୋଲିସ କର୍ମଚାରୀ, ଯୁବଶକ୍ତି ଓ ଏନଜିଓଙ୍କୁ ଏହି କାର୍ୟ୍ୟରେ ନିୟୋଜିତ କରାଯାଇଛି ।

ଶ୍ରୀମନ୍ଦିର ସମେତ ପୁରୀ ସହରର ଅନ୍ୟାନ୍ୟ ପବିତ୍ର ପୁଷ୍କରିଣୀରେ, ସମୁଦ୍ରକୂଳ ଅଂଚଳରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ସୁରକ୍ଷା ଓ ସୁରକ୍ଷିତ ଦର୍ଶନ ପାଇଁ ୭ ଜଣ ଅତିରିକ୍ତ ଏସ୍ପି, ୨୦ ଜଣ ଡ଼ିଏସପି, ୩୨ ଜଣ ଇନ୍ସପେକ୍ଟର, ୧୩୨ ଜଣ ସବଇନ୍ସପେକ୍ଟର, ୨୪୦ ଜଣ ହାବିଲଦାର, ୪୩୨ ଜଣ ହୋମଗାର୍ଡଙ୍କ ସହିତ ମୋଟ ୫୦ ପ୍ଲାଟୁନ ପୋଲିସ ଫୋର୍ସର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼