Masthead

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି।କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି। ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ