Masthead

ମହାପ୍ରଭୁଙ୍କ ବଣଭୋଜି ବେଶ, ୧୮ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାରରେ ହେବେ ସଜ୍ଜିତ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ । ମଙ୍ଗଳବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା। ମଙ୍ଗଳବାର ଯେଉଡ଼ ଭୋଗ ପରେ ବୁଧବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଗୁରୁବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜି ଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ । ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନକୁ ବିଜେ କରାଇବେ ।

ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିବା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା ନୀତି କରିବେ । ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସୁସଜ୍ଜିତ କରାଯିବ । ଏହି ବେଶରେ ଶ୍ରୀଜିଉମାନେ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ କରାଯାଇଥାଏ । ହରିଡ଼ା ମାଳ, ବାହାଡା ମାଳ, ଶ୍ରୀଭୁଜ, ଶ୍ରୀପୟର, ଝୋବା ମାଳ, କିରିଟ, କୁଣ୍ଡଳ ଆଦି ବିବିଧ ସ୍ଵର୍ଣ ଅଳଙ୍କାରରେ ମହାପ୍ରଭୁଙ୍କୁ ବିମଣ୍ଡିତ କରାଯାଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ