Masthead

ପରିକ୍ରମା ପ୍ରକଳ୍ପ ଉତ୍ସବ ଲାଗି ଆଜିଠୁ କାର୍ଯ୍ୟକ୍ରମ ଆରମ୍ଭ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ଲାଗି ଆଜିଠୁ ଆରମ୍ଭ ହେବ କାର୍ଯ୍ୟକ୍ରମ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅର ଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ । ଗୁଆଟେକା କାର୍ଯ୍ୟ ପରେ ଅଙ୍କୁରରୋପଣ ହେବ । ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ଅଙ୍କୁରପୂଜନ ହେବ। ୧୪ ତାରିଖରେ ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ୱଜାସ୍ଥାପନ ଓ ତୋରଣ ସ୍ଥାପନ ହେବ । ୧୫ ତାରିଖ ସକାଳ ସାଢ଼େ ୭ଟାରେ ଅଖଣ୍ଡଦୀପ ସ୍ଥାପନ ସନ୍ଧ୍ୟା ୬ଟା ଭିତରେ ପଞ୍ଚକର୍ମ, ସରିବ। ଆଚାର୍ଯ୍ୟଙ୍କ ଦ୍ୱାରା ବ୍ରାହ୍ମଣ ବରଣ, ମଣ୍ଡଳ ପୂଜନ ହେବ। ୧୭ ତାରିଖ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇଯିବ ପୂଜା ଓ ପ୍ରତିଷ୍ଠା କାର୍ଯ୍ୟ ।

ଅପରାହ୍ଣ ୧ଟା ୧୫ରୁ ୧ଟା ୩୦ ମଧ୍ୟରେ ଶୁଭ ମୁହୂର୍ତ୍ତରେ ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ଦିନ ୧ଟା ୩୦ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଯଜ୍ଞ ପୂର୍ଣ୍ଣାହୂତି ଦେବେ। ଅପରାହ୍ଣ ୩ଟା ପରେ ପରିକ୍ରମା ମାର୍ଗକୁ ଯାଇପାରିବେ ସାଧାରଣ ଶ୍ରଦ୍ଧାଳୁ । ଶ୍ରୀମନ୍ଦିର ଚାରିଦ୍ୱାରରେ ବେଦପାରାୟଣ ଏବଂ ଅନ୍ତପ୍ରଦକ୍ଷିଥ ପଥରେ ନାମ ସଂକୀର୍ତ୍ତନ, ହବନ, ଆରତୀ ଓ ପୁଷ୍ପାଞ୍ଜଳି ଆଦି ହେବ। ୧୬ରେ ସୂର୍ୟ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ଶାଳା ପ୍ରବେଶ, ପଞ୍ଚକର୍ମ, ମଣ୍ଡଳପୂଜା, ପୁଷ୍ପାଞ୍ଜଳି, ଆରତୀ, ହବନ ଓ ସଂକୀର୍ତ୍ତନ ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ