Masthead

କିଛି ଗଡ଼ବଡ଼ ହୋଇଥିଲେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଖୋଲିବ ରତ୍ନଭଣ୍ଡାର । ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ । ଆଉ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥିବାର ପ୍ରମାଣ ମିଳେ, ତାହେଲେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । କ୍ଷମତାକୁ ଆସିବେ ରତ୍ନଭଣ୍ଡାର ଖୋଲିବାକୁ ବିଜେପି ନିଜ ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍‌ପି ଓ ବିଧାୟକ ଉପସ୍ଥିତ ଯୋଗ ଦେଇଥିଲେ ।

ବିଜେପିର ୨୦ ଏମ୍‌ପି ଏବଂ ୭୮ ଜଣ ବିଧାୟକ ସଭାରେ ଯୋଗଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ରହିଛନ୍ତି ।ଏହି ସଭାରେ ନୂଆ ଓଡ଼ିଶା ଗଠନ କରିବାକୁ ଆହ଼୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିର୍ବାଚନରେ ବିଜୟ ଆମ ପାଇଁ ଐତିହାସିକ ବିଜୟ ବୋଲି ସେ କହିଛନ୍ତି । ଓଡ଼ିଆ ଅସ୍ମିତାକୁ ବଜାୟ ରଖିବାକୁ ଆମକୁ ସଂକଳ୍ପ ନେବାକୁ ପଡ଼ିବ । ଏକ ନୂଆ ଓଡ଼ିଶା ଗଠନ କରିବାକୁ ଆମମାନଙ୍କୁ ଦାୟିତ଼୍ବ ମିଳିଛି ବୋଲି ମୋହନ ମାଝୀ କହିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ ସମ଼୍ବର୍ଦ୍ଧନା ସଭାରେ ରତ୍ନ ଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଛନ୍ତି । ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲିବ ଏବଂ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥାଏ ତେବେ ଦୋଷୀ ପାତାଳରେ ଥିଲେ ବି ଖୋଜି ବାହାର କରାଯିବ ଏବଂ ଦଣ୍ଡ ବିଧାନ କରାଯିବ ବୋଲି ସେ କହିଛନ୍ତି । ଏଥିସହିତ ସେପ୍ଟେମ଼୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ