Masthead

କିଛି ଗଡ଼ବଡ଼ ହୋଇଥିଲେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଖୋଲିବ ରତ୍ନଭଣ୍ଡାର । ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ । ଆଉ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥିବାର ପ୍ରମାଣ ମିଳେ, ତାହେଲେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । କ୍ଷମତାକୁ ଆସିବେ ରତ୍ନଭଣ୍ଡାର ଖୋଲିବାକୁ ବିଜେପି ନିଜ ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍‌ପି ଓ ବିଧାୟକ ଉପସ୍ଥିତ ଯୋଗ ଦେଇଥିଲେ ।

ବିଜେପିର ୨୦ ଏମ୍‌ପି ଏବଂ ୭୮ ଜଣ ବିଧାୟକ ସଭାରେ ଯୋଗଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ରହିଛନ୍ତି ।ଏହି ସଭାରେ ନୂଆ ଓଡ଼ିଶା ଗଠନ କରିବାକୁ ଆହ଼୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିର୍ବାଚନରେ ବିଜୟ ଆମ ପାଇଁ ଐତିହାସିକ ବିଜୟ ବୋଲି ସେ କହିଛନ୍ତି । ଓଡ଼ିଆ ଅସ୍ମିତାକୁ ବଜାୟ ରଖିବାକୁ ଆମକୁ ସଂକଳ୍ପ ନେବାକୁ ପଡ଼ିବ । ଏକ ନୂଆ ଓଡ଼ିଶା ଗଠନ କରିବାକୁ ଆମମାନଙ୍କୁ ଦାୟିତ଼୍ବ ମିଳିଛି ବୋଲି ମୋହନ ମାଝୀ କହିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ ସମ଼୍ବର୍ଦ୍ଧନା ସଭାରେ ରତ୍ନ ଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଛନ୍ତି । ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲିବ ଏବଂ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥାଏ ତେବେ ଦୋଷୀ ପାତାଳରେ ଥିଲେ ବି ଖୋଜି ବାହାର କରାଯିବ ଏବଂ ଦଣ୍ଡ ବିଧାନ କରାଯିବ ବୋଲି ସେ କହିଛନ୍ତି । ଏଥିସହିତ ସେପ୍ଟେମ଼୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ