Masthead

ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଓଢ଼ଣୀ ଷଷ୍ଠୀ ନୀତି

ପୁରୀ (ବଡ଼ ଖବର ବ୍ୟୁରୋ):ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ। ଶ୍ରୀମନ୍ଦିରରେ ଏହି ଅବସରରେ ଅନୁଷ୍ଠିତ ହୋଇଥାଏ ଓଢ଼ଣୀ ଷଷ୍ଠୀ ନୀତି। ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ ଘୋଡ଼ ଲାଗି କରାଯାଏ। ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରିବେ ମହାପ୍ରଭୁ। ଏହି ଘୋଡ଼ଲାଗି ଆସନ୍ତା ମାଘ ଶୁକ୍ଳ ପଞ୍ଚମୀ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ଭିନ୍ନଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ। ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ। ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି ।

ଆଜି ମହାପ୍ରଭୁଙ୍କ ସକଳଧୂପ ବଢିବା ପରେ ମଇଲମ କରାଯାଇଥିଲା । ଗତକାଲି ରାତିରୁ ଭୋଗମଣ୍ଡପ ପରେ ଅଧିବାସୀତ ହୋଇଥିବା ଘୋଡମାନଙ୍କୁ ଘଣ୍ଟ, ଛତା, କାହାଳୀ ସହ ପଟୁଆରରେ ବଡଦେଉଳକୁ ତିନି ଘେରା ପ୍ରଦକ୍ଷିତ କରାଇ ରତ୍ନସିଂହାସନକୁ ବିଜେ କରାଯାଇଥିଲା । ପରେ ପ୍ରସାଦ ଲାଗି ସହ ତିନିବାଡ଼ରେ ବନ୍ଦାପନା କରାଯାଇଥିଲା । ଆଜି ସୋମବାର ହୋଇଥିବାରୁ ଷଷ୍ଠୀ ଅବସରରେ କଳାଛିଟା ମିଶା ଶୁକ୍ଳ ରଙ୍ଗର ଘୋଡ଼ ଲାଗି ହୋଇଛି । ପରମ୍ପରା ଅନୁଯାୟୀ ପଞ୍ଚମୀ ପୂର୍ବଦିନ ପର୍ଯ୍ୟନ୍ତ ଠାକୁରମାନେ ଏହି ଘୋଡ଼ ଲାଗି ହୋଇଥାନ୍ତି। ରବିବାରରେ ଲାଲ ରଙ୍ଗ, ସୋମବାର କଳାଛିଟା ମିଶା ଶୁକ୍ଳରଙ୍ଗ, ମଙ୍ଗଳବାର ପଟିଆ, ବୁଧବାର ନୀଳରଙ୍ଗ, ଗୁରୁବାର ହଳଦିଆ ଏବଂ ଶୁକ୍ରବାର ଦିନ ଠାକୁରମାନେ ଧଳା ରଙ୍ଗର ଘୋଡ଼ ପରିଧାନ କରିଥାନ୍ତି। ଶୀତ ଦାଉରୁ ରକ୍ଷା ପାଇବା ପାଇଁ ମାନବୀର ଲୀଳାକ୍ରମରେ ଶ୍ରୀଜୀଉ ଏହି ଘୋଡ଼ ବା ଶୀତବସ୍ତ୍ର ପରିଧାନ କରିଥାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ