Masthead

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ହେବ ବନକଲାଗି ନୀତି । ତେବେ ବନକଲାଗି ନୀତି ସରିବା ପରେ ଅନବସର ପିଣ୍ଡିରେ ଅନବସର ନୀତି ସହ ଜଡିତ କେତକ ଆନୁସଙ୍ଗିକ କାର୍ଯ୍ୟ ମଧ୍ୟ ସମ୍ପାଦିତ ହେବ। ଯେଉଁଥିରେ ଅନବସର ପିଣ୍ଡି ନିକଟରେ କାନ୍ଥ ଓ ଚଟାଣ ମରାମତି କାର୍ଯ୍ୟ କରାଯିବ । ତେଣୁ ବନକଲାଗି ଓ ଅଣସର ପିଣ୍ଡି ନିକଟରେ ମରାମତି ପାଇଁ ୬ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ।

ବିଧି ଅନୁଯାୟୀ ଶ୍ରୀମନ୍ଦିରରେ ନୀତି ବଢ଼ି ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ବା ଗୁପ୍ତ ନୀତି ହୋଇଥିବାରୁ ଏବଂ ଅନବସର ପିଣ୍ଡିରେ କିଛି କାର୍ଯ୍ୟ ଥିବାରୁ ଆଜି ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ୟ୍ୟନ୍ତ ୬ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ