ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ରତ୍ନଭଣ୍ଡାର ମରାମତି ନେଇ ହୋଇପାରେ ଚୂଡ଼ାନ୍ତ ନିଷ୍ପତ୍ତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାର ୩ ସପ୍ତାହ ବିତିଗଲାଣି । କିନ୍ତୁ ଏଯାଏ ରତ୍ନଭଣ୍ଡାରର ଯାଞ୍ଚ କିମ୍ବା ମରାମତି କାର୍ଯ୍ୟ ଆଗେଇ ପାରିନାହିଁ । ଏଥିସହ ରତ୍ନଭଣ୍ଡାର ଭିତରେ ଥିବା ଗୁପ୍ତଧନର ରହସ୍ୟ ମଧ୍ୟ ଖୋଲି ନାହିଁ ।

ଏହି ପରିଚାଳନା କମିଟିର ଏହା ହେଉଛି ଶେଷ ବୈଠକ । ତେଣୁ ଏହି ବୈଠକରେ ରତ୍ନଭଣ୍ଡାର ମରାମତି ସମ୍ପର୍କରେ ମୋହର ବାଜିବା ନେଇ ଆଶା ରହିଛି । ଏଥିସହ ସୁଡ଼ଙ୍ଗକୁ ନେଇ ଲୋକଙ୍କ ମନରେ ଥିବା ସନ୍ଦେହ ମଧ୍ୟ ଦୂର କରିବା ପାଇଁ ପଦକ୍ଷେପ ସମ୍ପର୍କରେ ନିଷ୍ପତ୍ତି ନିଆଯାଇପାରେ । ତେବେ ଦେଖିବାକୁ ବାକି ରହିଲା ବୈଠକରେ କ’ଣ ଆଲୋଚନା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ