Masthead

ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା, ତିନି ରଥର ଚକ-ଅଖ ଡେରା ନୀତି ହେବ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକ ଅଖ ଡେରା ନୀତି ହେବ। ସେଥିପାଇଁ ପରମ୍ପରା ମୁତାବକ ରଥଖଳାକୁ ବିଜେ ହେବ ଆଜ୍ଞାମାଳ । ତିନି ରଥରେ ଯୋଡ଼ା ହେବ ଚକ-ଅଖ । ବିଧି ଅନୁସାରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ। ୩ ପୂଜାପଣ୍ଡା ସକାଳ ଧୁପ ପରେ ୩ଟି ଆଜ୍ଞାମାଳ ଆଣି ୩ ରଥର ଚକ ଅଖ ନିକଟରେ ଲାଗି କରିବା ପରେ ବିଶ୍ୱକର୍ମାମାନେ ଅନୁକୁଳ କରିଥାନ୍ତି । ସେପଟେ ରଥ ଖଳାରେ ୩ ରଥର ୩ଟି ନାହାକ ଅଖ ଓ ୬ଟି ଚକ ପ୍ରସ୍ତୁତ କରି ରଖାଯାଇଥିବା ବେଳେ ଶୀତଳ ଷଷ୍ଠୀ ପୂର୍ବରୁ ୪୨ଟି ଚକ ୨୧ଟି ଅଖ ସଂପୂର୍ଣ୍ଣ କରି ଡେରାଯିବ ।

ସେପଟେ ପାରମ୍ପରିକ ବାଦ୍ୟ ତଥା ଭଜନ କୀର୍ତ୍ତନର ପଟୁଆରରେ ବଡ଼ଦାଣ୍ଡରେ ଉଭା ହେବେ ଦେବଦେବୀ । ହଜାର ହଜାର ଶ୍ରଦ୍ଧାଳୁ ସାଧୁସନ୍ଥଙ୍କ ଗହଣରେ ନରେନ୍ଦ୍ର ଚକଡା଼ରେ ପହଞ୍ଚିବେ ଚନ୍ଦନ ଠାକୁର । ଶ୍ରୀରାମକୃଷ୍ଣ ଓ ମଦନମୋହନ, ଲକ୍ଷ୍ମୀ ସରସ୍ବତୀଙ୍କ ସହ ପଞ୍ଚମହାଦେବ ନରେନ୍ଦ୍ର ଜଳରେ ନନ୍ଦା ଓ ଭଦ୍ରାରେ ଅଧିଷ୍ଠିତ ହୋଇ ୨୧ ବାର ଚାପ କ୍ରୀଡା କରିବେ । ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ। ଭଉଁରୀ ଯାତ୍ରାରେ ଅତ୍ୟଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ