Masthead

ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା, ତିନି ରଥର ଚକ-ଅଖ ଡେରା ନୀତି ହେବ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକ ଅଖ ଡେରା ନୀତି ହେବ। ସେଥିପାଇଁ ପରମ୍ପରା ମୁତାବକ ରଥଖଳାକୁ ବିଜେ ହେବ ଆଜ୍ଞାମାଳ । ତିନି ରଥରେ ଯୋଡ଼ା ହେବ ଚକ-ଅଖ । ବିଧି ଅନୁସାରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ। ୩ ପୂଜାପଣ୍ଡା ସକାଳ ଧୁପ ପରେ ୩ଟି ଆଜ୍ଞାମାଳ ଆଣି ୩ ରଥର ଚକ ଅଖ ନିକଟରେ ଲାଗି କରିବା ପରେ ବିଶ୍ୱକର୍ମାମାନେ ଅନୁକୁଳ କରିଥାନ୍ତି । ସେପଟେ ରଥ ଖଳାରେ ୩ ରଥର ୩ଟି ନାହାକ ଅଖ ଓ ୬ଟି ଚକ ପ୍ରସ୍ତୁତ କରି ରଖାଯାଇଥିବା ବେଳେ ଶୀତଳ ଷଷ୍ଠୀ ପୂର୍ବରୁ ୪୨ଟି ଚକ ୨୧ଟି ଅଖ ସଂପୂର୍ଣ୍ଣ କରି ଡେରାଯିବ ।

ସେପଟେ ପାରମ୍ପରିକ ବାଦ୍ୟ ତଥା ଭଜନ କୀର୍ତ୍ତନର ପଟୁଆରରେ ବଡ଼ଦାଣ୍ଡରେ ଉଭା ହେବେ ଦେବଦେବୀ । ହଜାର ହଜାର ଶ୍ରଦ୍ଧାଳୁ ସାଧୁସନ୍ଥଙ୍କ ଗହଣରେ ନରେନ୍ଦ୍ର ଚକଡା଼ରେ ପହଞ୍ଚିବେ ଚନ୍ଦନ ଠାକୁର । ଶ୍ରୀରାମକୃଷ୍ଣ ଓ ମଦନମୋହନ, ଲକ୍ଷ୍ମୀ ସରସ୍ବତୀଙ୍କ ସହ ପଞ୍ଚମହାଦେବ ନରେନ୍ଦ୍ର ଜଳରେ ନନ୍ଦା ଓ ଭଦ୍ରାରେ ଅଧିଷ୍ଠିତ ହୋଇ ୨୧ ବାର ଚାପ କ୍ରୀଡା କରିବେ । ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ। ଭଉଁରୀ ଯାତ୍ରାରେ ଅତ୍ୟଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି