ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ସସ୍ପେନ୍ସ ଲାଗିରହିଥିବା ବେଳେ ଏବେ ଏହାର ଅନ୍ତ ଘଟିଛି। ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି । ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏଏସ୍ଆଇ ସୁପରିଟେଣ୍ଡେଣ୍ଟ ଡି.ବି ଗଡ଼ନାୟକଙ୍କ ସୂଚନା । ଏଥିସହ ରତ୍ନଭଣ୍ଡାର ଖୋଲିବା ପାଇଁ ସ୍ୱତନ୍ତ୍ର କମିଟି ଗଠନ କରାଯାଇଛି । ଏହି ସ୍ୱତନ୍ତ୍ର ଟିମ୍ ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ ଓ ଯାଞ୍ଚ କରିବେ । ୧୯୭୮ ମସିହା ପରେ ପ୍ରଥମ ଥର ପାଇଁ ରତ୍ନଭଣ୍ଡାର ଖୋଲାଯିବ। ପୂର୍ବରୁ ବ୍ରିଟିଶ ସମୟରେ ୧୯୨୬ ମସିହା ଓ ପରେ ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାରର ଯାଞ୍ଚ ହୋଇଥିଲା।