Masthead

ଅଙ୍କୁର ପୂଜନ ସହ ଆଜି ତୋରଣ ଓ ଧ୍ବଜା ସ୍ଥାପନ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପାଇଁ ଚାଲିଛି ଆଦ୍ୟପୂଜା । ଗତକାଲି ଅଙ୍କୁର ପୂଜନ ସହ ମଣ୍ଡପ ସ୍ଥାପନ କରାଯାଇଥିଲା । ଆଜି ଧ୍ବଜା ଓ ତୋରଣ ସ୍ଥାପନ କରାଯିବ । ଆସନ୍ତାକାଲି ମକର ସଂକ୍ରାନ୍ତିଠାରୁ ଆରମ୍ଭ ହେବ ମହାଯଜ୍ଞ । ଯଜ୍ଞ ମଣ୍ଡପର ଚାରି ଦ୍ୱାରରେ ବେଦପାଠ ପାଇଁ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ହୋଇଛି ମଣ୍ଡପ । ଏଠାରେ ୬୦ଜଣ ବିଦ୍ୟାର୍ଥୀ ବେଦପାଠ କରିବେ । ଜିଲ୍ଲାପାଳ, ଅନ୍ୟ ଅଧିକାରୀମାନଙ୍କ ସହ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଗତକାଲି ୪୮ ଜଣ ଶୋତ୍ରୀୟ ବ୍ରାହ୍ମଣ, ଆଚାର୍ଯ୍ୟ, ରାଜଗୁରୁ ଓ ପଣ୍ଡିତଙ୍କ ଉପସ୍ଥିତିରେ ହୋଇଥିଲା ଅଙ୍କୁର ପୂଜନ ନୀତି । ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବା ପରେ ପୂଜା କାର୍ୟ୍ୟ ପାଇଁ ୪୮ ଜଣ ଶୋତ୍ରୀୟ ବ୍ରାହ୍ମଣଙ୍କୁ ବରଣ କରିଥିଲେ ପ୍ରଧାନ ଆଚାର୍ଯ୍ୟ । ରାଜଗୁରୁଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆରମ୍ଭ ହୋଇଥିଲା ଯଜ୍ଞ ପାଇଁ ଆଦ୍ୟପୂଜା । ସେପଟେ ଯଜ୍ଞ ପୂର୍ବରୁ ପୁରୀରେ ବଢିବାରେ ଲାଗିଛି ଶ୍ରଦ୍ଧଳୁଙ୍କ ଭିଡ଼ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ