Masthead

ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ

ପୁରୀ (ବଡ଼ ଖବର ବ୍ୟୁରୋ): ଆଉ ଦିନ କେଇଟା ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ସେଥିଲାଗି ଜୋରସୋରରେ ଲାଗି ପଡ଼ିଛି ପ୍ରଶାସନ । ରଥଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଥିବା ବେଳେ ଘନ ଘନ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି। ଚଳିତ ରଥ ଯାତ୍ରା ସମୟରେ ବ୍ଲାଙ୍କେଟ୍ ସୁରକ୍ଷାରେ ରହିବ ଶ୍ରୀକ୍ଷେତ୍ର। ରଥଯାତ୍ରା ସୁରକ୍ଷାର ସମୀକ୍ଷା କରି ଏପରି କହିଛନ୍ତି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ। ଏଥର ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ। ଏନେଇ ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ପୁଲିସ ଡିଜି । ବ୍ଲାଙ୍କେଟ୍ ସୁରକ୍ଷା ବ୍ୟବସ୍ଥାରେ ୪ ଜଣ ଅତିରିକ୍ତ ଡିଜି, ୬ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ ରହିବେ।

ଏଥିସହ ୧୯ ଏସପି ବା କମାଣ୍ଡାଣ୍ଟ ପାହ୍ୟା, ୩୩ ଜଣ ଅତିରିକ୍ତ ଝଚ ବା ଡେପୁଟି କମାଣ୍ଡାଣ୍ଟ ପାହ୍ୟା, ୭୫ ଜଣ ଡିଏସପି ବା କମାଣ୍ଡର ପାହ୍ୟା, ୧୩୦ ଇନ୍ସପେକ୍ଟର, ୬୭୫ ଏସଆଇ ଓ ଏଏସଆଇ ପାହ୍ୟା ଅଧିକାରୀ ସୁରକ୍ଷା ଦାୟିତ୍ୱରେ ରହିବେ। ୩ ପ୍ଲାଟୁନ ଓଏସଏଏଫ ମୁତୟନ କରାଯିବା ସହିତ ୫ କଂପାନୀ ରାପିଡ୍ ଆକ୍ସନ ଫୋର୍ସ ପାଇଁ କେନ୍ଦ୍ରକୁ ଆବେଦନ କରାଯାଇଛି। ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ ଓ ସୋଶାଲ ମିଡିଆରେ ପାର୍କିଂ ଅଞ୍ଚଳର ସ୍ଥିତି ବିଷୟରେ ଲାଇଭ୍ ସୂଚନା ଦିଆଯିବ ବୋଲି କହିଛନ୍ତି ଡିଜିପି। ଏଥିସହ ରାଷ୍ଟ୍ରପତି ଓ ବିଶିଷ୍ଟ ଅତିଥିଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼