ସର୍ବସାଧାରଣଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର । କୋରୋନା ଯୋଗୁଁ ଚାରି ମାସରୁ ଅଧିକ ସମୟ ବନ୍ଦ ରହିଥିଲା ଶ୍ରୀମନ୍ଦିର । ଏହି ମାସ ୧୬ତାରିଖରୁ ୨୦ ତାରିଖ ଯାଏଁ କେବଳ ପୁରୀ ସହରର ବାସିନ୍ଦା ଜଗା ଦର୍ଶନ କରିଥିଲେ । ସୋମବାରଠୁ ସାଧାରଣ ଲୋକଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । କୋଭିଡଗାଇଡ୍ ଲାଇନ୍ ଅନୁଯାୟୀ ଭକ୍ତମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ। ସକାଳ ୭ଟାରୁ ସଂଧ୍ୟା ୭ ଯାଏଁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ।

କିନ୍ତୁ ପ୍ରତି ଶନିବାର ଓ ରବିବାର ମନ୍ଦିର ବନ୍ଦ ରହିବ । ଏହି ଦୁଇ ଦିନ ମନ୍ଦିରକୁ ସାନିଟାଇଜ୍ କରାଯିବ। ଭକ୍ତମାନେ କୋଭିଡ ଆରଟିପିସିଆର୍ ନେଗେଟିଭ ରିପୋର୍ଟ ବା ଦୁଇଟି ଡୋଜ୍ ଟିକା ନେଇଥିବା ପ୍ରମାଣପତ୍ର ଦେଖାଇ ଭିତରକୁ ପ୍ରବେଶ କରିବେ । ତେବେ ସର୍ବସାଧାରଣ କିପରି ଶୃଙ୍ଖଳିତ ଦର୍ଶନ କରିବେ ସେଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି ।

ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟାରିକେଟିଂ ସହ ଭକ୍ତଙ୍କ ପ୍ରବେଶ ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରୁ ୫ଟି ଧାଡ଼ି ବ୍ୟବସ୍ଥା କରାଯାଇଛି । ସେହିପରି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ଏସଓପି ଅନୁଯାୟୀ,ଭକ୍ତମାନେ ସିଂହଦ୍ବାର ଦେଇ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ ସାରିବା ପରେ ଉତ୍ତର ଦ୍ବାର ଦେଇ ବାହାରିବେ। ଶ୍ରୀମନ୍ଦିର ଭିତରେ ଓ ବାହାରେ ମାସ୍କ ପରିଧାନ କରିବେ। ସାମାଜିକ ଦୂରତା ରକ୍ଷା ସହ ହାତ ସାନିଟାଇଜ୍ କରିବେ। ଅରୁଣ ସ୍ତମ୍ଭ, ଗରୁଡ଼ ସ୍ତମ୍ଭ ସହ ଶ୍ରୀମନ୍ଦିର ଭିତରେ ଦେବାଦେବୀଙ୍କ ପ୍ରତିମୂର୍ତ୍ତି ସ୍ପର୍ଶ ସହ ଦୀପ, ଧୂପ, ଫୁଲ, ଭୋଗ ଆଦି ନେବାରେ କଟକଣା ଲଗାଯାଇଛି। ଭକ୍ତମାନେ ଆନନ୍ଦବଜାରରୁ ମହାପ୍ରସାଦ କିଣିପାରିବେ, କିନ୍ତୁ ଶ୍ରୀମନ୍ଦିର ଭିତରେ ଖାଇ ପାରିବେନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ