Masthead

ଆସୁଛି କରୋନାର ୨ୟ ଲହରୀ

ପୁରୁଷୋତ୍ତମପୁର, (ବଡ଼ ଖବର ବ୍ୟୁରୋ): ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟର ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। କୋଭିଡ୍ ଦ୍ୱିତୀୟ ପର୍ଯ୍ୟାୟକୁ କିଭଳି ରୋକାଯିବ, ନରେଗା ଯୋଜନାରେ ଲୋକମାନଙ୍କ ଭାଗୀଦାରିତା ଓ ଗୋ-ସମ୍ପଦର ସୁରକ୍ଷା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା ।

ପଞ୍ଚାୟତସ୍ତରରେ ସ୍ୱୟଂ ସହାୟକ ଗୋଷ୍ଠୀକୁ ନେଇ ସ୍ୱତନ୍ତ୍ର ବୈଠକ କରି ସମସ୍ତ ସୂଚନା ଦେବା ପାଇଁ ଏସଡିପିଓଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ବିଦ୍ୟାଳୟ, ଅଙ୍ଗନୱାଡ଼ି କେନ୍ଦ୍ରଗୁଡିକର ପରିଷ୍କାର ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା । ଜିଲ୍ଲାପାଳ ବିଜୟ କୁଲାଙ୍ଗେ, ଉପଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଖଳ୍ଲିକୋଟ ବିଧାୟକ ସୂର୍ଯ୍ୟମଣି ବୈଦ୍ୟ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଜିଲ୍ଲାପରିଷଦ ଉପାଧ୍ୟକ୍ଷ ସେହ୍ନଲତା ପଣ୍ଡା, ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ପଣ୍ଡା, ବିଡିଓ ବିଜୟ ସାହୁ, ତହସିଲଦାର ଜନ୍ମେଞ୍ଜୟ ସାହୁ ପ୍ରମୁଖ ବୈଠକରେ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା