Masthead

ପୁଟିନଙ୍କୁ ଭେଟିବେ ଜିନପିଙ୍ଗ୍, ଯୁଦ୍ଧରେ ଲାଗିପାରେ ପୂର୍ଣ୍ଣଚ୍ଛେଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରୁଷ୍‌ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୧ ବର୍ଷରୁ ଅଧିକ ସମୟ ବିତିଲାଣି । ଏବେ ବି କୌଣସି ପ୍ରକାର ସମାଧାନର ରାସ୍ତା ବାହାରି ପାରିନାହିଁ। ଏଭଳି ସ୍ଥିତିରେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଆସନ୍ତା ସପ୍ତାହରେ ରୁଷ୍‌ ଗସ୍ତରେ ଯିବେ। ୨୦ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଜିନପିଙ୍ଗ ରୁଷ୍‌ ଗସ୍ତ କରିବେ ବୋଲି ଉଭୟ କ୍ରେମଲିନ୍ ଏବଂ ଚୀନର ବିଦେଶ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଯୁଦ୍ଧରେ ପୂର୍ଣ୍ଣଛେଦ ପକାଇବା ପାଇଁ ଚୀନ ପକ୍ଷରୁ ଗତମାସରେ ଶାନ୍ତି ସମ୍ବଳିତ ୧୨ ଦଫା ପ୍ରସ୍ତାବ ରଖାଯାଇଥିଲା।

ଏଥିସହିତ ଗତକାଲି ଚୀନର ବିଦେଶ ମନ୍ତ୍ରୀ କ୍ୟୁଇନ ଗ୍ୟାଙ୍ଗ ତାଙ୍କ ୟୁକ୍ରେନୀୟ ପ୍ରତିପକ୍ଷ ଦିମିତ୍ରି କୁଲେବାଙ୍କ ସହିତ ଫୋନରେ ଶାନ୍ତି ପାଇଁ ଆଲୋଚନା କରିଥିଲେ। ଏହାପରେ ଜିନପିଙ୍ଗଙ୍କ ମସ୍କୋ ଗସ୍ତ କିଛିଟା ସକାରାତ୍ମକ ଫଳ ଆଣିବ ବୋଲି ଆଶା କରାଯାଉଛି। ଚୀନ ବିଦେଶ ମନ୍ତ୍ରାଳୟର ପ୍ରବକ୍ତା ହୁଆ ଚୁନିଂ ଶୁକ୍ରବାର କହିଛନ୍ତି ଯେ ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଆମନ୍ତ୍ରଣ କ୍ରମେ ଜିନପିଙ୍ଗ୍ ଚଳିତମାସ ୨୦ରୁ ୨୨ ତାରିଖ ପର୍ୟ୍ୟନ୍ତ ମସ୍କୋ ଗସ୍ତରେ ଯିବେ। ଦୁଇ ଦେଶ ମଧ୍ୟରେ ସହଯୋଗିତାକୁ ଅଧିକ ମଜଭୁତ କରିବା ଏବଂ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଜିନପିଙ୍ଗ ଓ ପୁଟିନଙ୍କ ମଧ୍ୟରେ ଏହି ଗସ୍ତ ସମୟରେ ଆଲୋଚନା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ