Masthead

ଇତିହାସ ରଚିଲେ ପିଭି ସିନ୍ଧୁ

(ବଡ଼ ଖବର ବ୍ୟୁରୋ): ପୁଣି ଅଲିମ୍ପିକ୍ସରେ ପଦକ ଜିତିଛନ୍ତି ଷ୍ଟାର୍ ଶଟଲର୍ ପିଭି ସିନ୍ଧୁ। ଫାଇନାଲରୁ ବଞ୍ଚିତ ହୋଇଥିବା ଭାରତୀୟ ଶଟଲର୍ ପିଭି ସିନ୍ଧୁ ମହିଳା ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଇଭେଲ୍ଟରେ ବ୍ରୋଞ୍ଜ ପଦକ ଜିତି ଇତିହାସ ରଚିଛନ୍ତି। ଏଥିସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୨ରେ ପହଞ୍ଚିଛି।

ଏହା ପୂର୍ବରୁ ମହିଳା ଭାରୋତ୍ତୋଳନରେ ମୀରାବାଈ ଚାନୁ ରୌପ୍ୟ ପଦକ ଜିତିଥିଲେ। କ୍ରମାଗତ ଦ୍ୱିତୀୟ ଅଲିମ୍ପିକ୍ସରେ ପଦକ ଜିତିବାରେ ସିନ୍ଧୁ ଦେଶର ପ୍ରଥମ ମହିଳା ହୋଇଛନ୍ତି। ରିଓ ଅଲିମ୍ପିକ୍ସରେ ସିନ୍ଧୁ ରୌପ୍ୟ ପଦକ ଜିତି ଇତିହାସ ରଚିଥିଲେ। ରବିବାର ଖେଳାଯାଇଥିବା ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଚାଇନାର ହି ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨୧-୧୩, ୨୧-୧୫ ଗେମରେ ହରାଇ ଏହି ବଡ଼ ସଫଳତା ଅର୍ଜନ କରିଛନ୍ତି।

ଏହା ପୂର୍ବରୁ ସିନ୍ଧୁ ସେମିଫାଇନାଲରେ ବିଶ୍ୱର ଦୁଇ ନମ୍ବର ଖେଳାଳି ଚାଇନିଜ୍ ତାଇପେଇର ତାଇ ଜୁ ୟିଙ୍ଗଦଙ୍କୁ ନିକଟରୁ ହାରି ଫାଇନାଲରୁ ବଞ୍ଚିତ ହୋଇଥିଲେ। କିନ୍ତୁ ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଦମଦାର ଖେଳ ଦେଖାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା