ଦ୍ୱିତୀୟ କ୍ୱାଲିଫାୟରରେ ଗୁଜୁରାଟକୁ ଭେଟିବ ମୁମ୍ବାଇ

ଅହମଦାବାଦ (ବଡ଼ ଖବର ବ୍ୟୁରୋ): ଆଇପିଏଲ ମ୍ୟାଚର ଆଜି ଦ୍ୱିତୀୟ କ୍ୱାଲିଫାୟର । ମୁହାଁମୁହିଁ ହେବେ ମୁୁମ୍ବାଇ-ଗୁଜୁରାଟ । ଇଣ୍ଡିଆନ ପ୍ରିମିୟର୍‌ ଲିଗ୍‌(ଆଇପିଏଲ)ର କ୍ୱାଲିଫାୟର-୨ରେ ପରସ୍ପରକୁ ଭେଟିବେ ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଟାଇଟନ୍ସ ଓ ୫ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଏଲିମିନେଟରେ ଆକାଶ ମାଧୱାଲଙ୍କ ଜବରଦସ୍ତ ବୋଲିଂ ପ୍ରଦର୍ଶନ ବଳରେ ଲକ୍ଷ୍ନୌକୁ ୮୧ ରନ୍‌ରେ ପରାସ୍ତ କରି କ୍ୱାଲିଫାୟର-୨ରେ ପହଞ୍ଚିଛି ମୁମ୍ବାଇ। ବିଶ୍ୱର ସର୍ବବୃହତ୍‌ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଉଭୟ ଦଳ ପରସ୍ପର ସମ୍ମୁଖୀନ ହେବେ। ରାତି ସାଢେ ୭ଟାରେ ଖେଳାଯିବ ଏହି ମ୍ୟାଚ।

ପୁର୍ବରୁ ଉଭୟ ଦଳ ପରସ୍ପର ସହ ଦୁଇଥର ଭେଟାଭେଟି ହୋଇଥିଲା ବେଳେ ପ୍ରତ୍ୟେକ ଗୋଟିଏ ଲେଖାଏଁ ମ୍ୟାଚ ଜିତିଛନ୍ତି । ପ୍ରଥମ ମ୍ୟାଚରେ ଗୁଜୁରାଟ ୫୫ ରନରେ ବିଜୟୀ ହୋଇଥିବାବେଳେ ଦ୍ୱିତୀୟ ମୁହାଁମୁହିଁରେ ସୂର୍ଯ୍ୟକୁମାର ଯାଦକଙ୍କ ପ୍ରଥମ ଆଇପିଏଲ ଶତକ ସହାୟତାରେ ମୁମ୍ବାଇ ୧୭ ରନରେ ବିଜୟୀ ହୋଇଥିଲା । ଉଭୟ ଦଳ ମଧ୍ୟ ଚଳିତ ସଂସ୍କରଣରେ ପିଛା କରି ସର୍ବାଧିକ ଥର ଜିତିବାରେ ଶ୍ରେଷ୍ଠ ଦୁଇ ଦଳ ରହିଛନ୍ତି । ଉଭୟ ନ ଲେଖାଏଁ ମ୍ୟାଚରେ ଚେଜ୍ କରି ୬ ଲେଖାଏଁ ମ୍ୟାଚ ଜିତିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!