Masthead

ମୁହାଁମୁହିଁ ହେବେ ଶାସକ-ବିରୋଧୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ସରଗରମ ସରଗରମ ହୋଇପାରେ ଗୃହ । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ଶୂନ୍ୟକାଳରେ ଉଠିପାରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ । ରାଜ୍ୟପାଳ ଅଭିଭାଷଣ ଉପରେ ଧନ୍ୟବାଦ୍ ପ୍ରସ୍ତାବ ନେଇ ହେବ ଆଲୋଚନା । ମୁହାଁମୁହିଁ ହେବେ ଶାସକ-ବିରୋଧୀ । ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳକୁ ଘେରିବେ ବିରୋଧୀ ।

ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ପର୍ୟ୍ୟଟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଅବକାରୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଶ୍ନକାଳ ରହିଛି। ସେହିପରି ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ।

କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ଆସିପାରେ। ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଗୃହରେ ଆଲୋଚନା ହେବ। ସ୍ୱଳ୍ପ ଦିବସର ଅଧିବେଶନରେ ମୁଖ୍ୟ ବିରୋଧୀ ବିଜେପି ଓ କଂଗ୍ରେସ ଶାସକ ଦଳକୁ ଗୃହରେ ଘେରିବା ପାଇଁ ରଣନୀତି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ