Masthead

ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଗଣ୍ଡଗୋଳ

ବସ୍ତା(ବଡ଼ ଖବର ବ୍ୟୁରୋ): ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ । ଜଣେ ଆହତ, ଜଣେ ନିଖୋଜ । ଉଭୟ ପକ୍ଷରୁ ଥାନାରେ ଦୁଇଟି ଅଭିଯୋଗ । ବସ୍ତା ଥାନା ସନ୍ତୋପୁର ପଞ୍ଚୟତ ଥେଙ୍ଗିଡିଆ ଗାଁର ବିଜୟ ମହାପାତ୍ର ଏବଂ ଅଜୟ ମହାପାତ୍ର ଦୁଇ ଭାଇଙ୍କ ଜମିବାଡି ନେଇ ପୂର୍ବରୁ ବିବାଦ ଲାଗି ରହିଥିଲା । ଏନେଇ ଉଭୟ ପରିବାର ଏବଂ ଗ୍ରାମବାସୀ ବସି ଆପୋଷ ସମାଧାନ କରିଥିଲେ ଓ ଆସନ୍ତା ରବିବାର ଅମିନ ଡକାଇ ଜମି ମପା ଯିବାର ନିଷ୍ପତ୍ତି ହୋଇଥିଲା । ପରେ ଉଭୟ ପରିବାର ମଧ୍ୟରେ ଏହି ବିବାଦ ଉଗ୍ର ରୂପ ନେଇଥିଲା । ହାତାହାତି ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଥିଲା । ଆହତ ସୁଭଦ୍ରାଙ୍କୁ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏବଂ ଉଭୟ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ପୋଲିସ ଉଭୟଙ୍କ ଅଭିଯୋଗକୁ ଭିତ୍ତି କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା