Masthead

ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ ଅସୁସ୍ଥ

କୋରାପୁଟ(ବଡ ଖବର ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ରବି ନାରାୟଣ ନନ୍ଦ ଅସୁସ୍ଥ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ପରେ ବିଶାଖାପାଟଣାସ୍ଥିତ ଆପୋଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଥିବା ସୂଚନା ଦେଇଛନ୍ତି ରବି ନାରାୟଣ ନନ୍ଦଙ୍କ ପତ୍ନୀ ଡ. ଇନ୍ଦିରା ନନ୍ଦ ।

ସୂଚନା ଥାଉ କି ରବିନାରାୟଣ ନନ୍ଦ ହେଉଛନ୍ତି ଅଭିବକ୍ତ କୋରାପୁଟ ଜିଲ୍ଲାର ଜଣେ ଟାଣୁଆ ରାଜନେତା । ସେ ବିଧାୟକ ଭାବରେ ତିନି ଥର ନିର୍ବାଚନରେ ବିଜୟୀ ହୋଇଛନ୍ତି। ସେ ୨୦୦୦, ୨୦୦୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ଜୟପୁର ନିର୍ବାଚନ ମଣ୍ଡଳୀରୁ ବିଧାୟକ ହୋଇଥିଲେ ରବିନାରାୟଣ। ୨୦୦୪ରେ ରବି ନନ୍ଦ ଜଳସେଚନ ରାଷ୍ଟ୍ରମନ୍ତ୍ରୀ ହୋଇଥିବା ବେଳେ ୨୦୦୯ରେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ହୋଇଥିଲେ ରବିନାରାୟଣ ନନ୍ଦ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ