Masthead

ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପବିତ୍ର ଅଳାଁ ନବମୀରେ ରାଧା ପାଦ ଦର୍ଶନ। ପୁରୀ ଜିଲ୍ଲା ସାକ୍ଷୀଗୋପାଳରେ ପ୍ରବଳ ଭକ୍ତଙ୍କ ଭିଡ଼ । ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ । ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା। ଏହାକୁ ‘ଧାତ୍ରୀ ନବମୀ’ ବୋଲି ମଧ୍ୟ କୁହାଯାଏ । ଏହି ପୁଣ୍ୟ ତିଥିରେ ଦର୍ଶନ କରାଯାଏ ଶ୍ରୀରାଧାଙ୍କ ପାଦପଦ୍ମ ଦର୍ଶନ । କୁହାଯାଏ ଏହି ଦିନ ଶ୍ରୀରାଧା ଓଡିଆଣୀ ବେଶରେ ସଜ୍ଜିତ ହୋଇଥାନ୍ତି । ଏଥିପାଇଁ ପୁରୀ ଜିଲ୍ଲା ସାକ୍ଷୀ ଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ପାଦ ଦର୍ଶନ କରିବାକୁ ଭକ୍ତଙ୍କ ନାହିଁନଥିବା ଭିଡ ଲାଗେ । ତେବେ ଆସନ୍ତୁ ସଂକ୍ଷେପରେ ଜାଣିବା ଏହିଦିନ ଶ୍ରୀରାଧାଙ୍କ ପାଦ ଦର୍ଶନର ମାହାତ୍ମ୍ୟ ।

ନିଷ୍କାମ ଭକ୍ତିର ପରାକାଷ୍ଠା ଶ୍ରୀରାଧା । ଯାହାର ନାମ ସ୍ମରଣ ମାତ୍ରକେ ମନୁଷ୍ୟର ପାତକ ନାଶ ଯାଏ । ପବିତ୍ର ଅଁଳା ନବମୀରେ ତାଙ୍କର ପାଦ ଦର୍ଶନ ଲାଗି ଭକ୍ତଙ୍କ ମନ ବ୍ୟାକୁଳ । ବର୍ଷସାରା ଲୁଗା ଘେରରେ ଘୋଡ଼ାଇ ହୋଇଥିବା ଶ୍ରୀରାଧାରାଣୀ ଙ୍କର ପାଦପଦ୍ମ ଦ୍ୱୟକୁ ବର୍ଷକେ ଥରେ ନବମୀଦିନ ଭକ୍ତମାନେ ଦର୍ଶନ କରି ଆଶିଷ ଲାଭ କରନ୍ତି। ଏହି ଦିନଟି ପ୍ରତ୍ୟେକ ଓଡିଆଙ୍କ ପାଇଁ ସ୍ୱତନ୍ତ୍ର । ଭକ୍ତ ମାନଙ୍କର ସୁରକ୍ଷା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା। ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଗୋପାଳଜିଉ ମନ୍ଦିର ଆଜିର ଦିନରେ ଶ୍ରୀରାଧାଙ୍କର ଓଡିଆଣୀ ବେଶ ସହିତ ପାଦ ଦର୍ଶନର ସୁଯୋଗ ପାଇଥାନ୍ତି ଭକ୍ତ । ଏଥିପାଇଁ ମଧ୍ୟରାତ୍ରରୁ ଗୋପାଳଜିଉ ମନ୍ଦିର ସାମନାରେ ଭକ୍ତ ମାନଙ୍କର ଭିଡ ଲାଗିଛି । ରାତ୍ର ୧ଟାରେ ଦ୍ଵାର ପୂଜା ପରେ ମଙ୍ଗଳା ଆରତୀ, ମର୍ଦନ ଅବକାଶ ପରେ ନଟବର ଵେଶ ସମାପ୍ତ ହେବା ପରେ ଭୋରରୁ ସୂର୍ଯ୍ୟପୂଜା, ବଲ୍ଲଭ, ସକାଳ ଧୂପ, ବାଳଧୂପ ,ମଦନ ମୋହନ ଭୋଗ ପରେ ସକାଳ ୫ ଟା ଠାରୁ ଭକ୍ତମାନଙ୍କ ନିମନ୍ତେ ସାହାଣ ମେଲା ଦର୍ଶନ ଚାଲିଛି ।

ଶ୍ରୀଗୋପାଳଜିଉ ମନ୍ଦିରକୁ ରଙ୍ଗବେରଙ୍ଗ ଆଲୋକରେ ସଜାଯାଇଛି । ସିଂହଦ୍ୱାର, ବକୁଳ ବନ, ପଞ୍ଚସଖା ସମାଧି ପୀଠ, ବସ୍‌ଷ୍ଟାଣ୍ଡସ୍ଥିତ  ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି ସ୍ଥଳ, କଲେଜ  ଛକ, ମନ୍ଦିର ବାଇପାସ୍‌ ରାସ୍ତା ଓ  ସାକ୍ଷୀଗୋପାଳ ବଜାର ଅଞ୍ଚଳରେ ଉଜ୍ଜ୍ୱଳ  ଆଲୋକ ବ୍ୟବସ୍ଥା ହୋଇଛି । ପୁରୀ ପଟୁ ଆସୁଥିବା ଯାନବାହନ ମହାମାୟା ସାହି ଦେଇ ସାକ୍ଷୀଗୋପାଳ ଷ୍ଟେସନ୍‌ ପଡ଼ିଆରେ ପାର୍କିଂ କରାଯିବ । ସେହିପରି ଭୁବନେଶ୍ୱର ପଟୁ ଆସୁଥିବା  ଯାନବାହନ ସାକ୍ଷୀଗୋପାଳ କଲେଜ  ବାଇପାସ୍‌ ରାସ୍ତା ଦେଇ କୋଟ ଉପର ପଡ଼ିଆରେ ପାର୍କିଂ ହେବ । ଅପରାଧିକ  କାର୍ଯ୍ୟକଳାପ ରୋକିବା ଓ ଅମାନିଆଙ୍କୁ  ଆୟତ୍ତ କରିବା ନିମନ୍ତେ ବିଭିନ୍ନ ସ୍ଥାନରେ ସିସି କ୍ୟାମେରା ଲଗାଯାଇଛି । ସମସ୍ତ ନୀତିକାନ୍ତି ସହ ରାଧାରାଣୀଙ୍କ ପାଦ ଦର୍ଶନକୁ ନେଇ ସେବାୟତ ସଂଘ  ପକ୍ଷରୁ ଅଁଳାନବମୀ ପାଇଁ ଦେବନୀତି ନିର୍ଘଣ୍ଟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା