Masthead

ଶପଥ ନେଲେ ନୂଆ ରାଜ୍ୟପାଳ ରଘୁବର ଦାସ, ରାଜଭବନରେ ଶପଥପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଶପଥ ଗ୍ରହଣ କଲେ ରଘୁବର ଦାସ । ରାଜଭବନରେ ଶପଥ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି । ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କ ସହ ମନ୍ତ୍ରୀଗଣ ଉପସ୍ଥିତ ଥିଲେ । ଶପଥ ଗ୍ରହଣ ପରେ ନୂଆ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର୍‌ ପ୍ରଦାନ କରାଯାଇଛି । ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଆଜି ସକାଳେ ରାଜ୍ୟପାଳ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି । ଏ ଅବସରରେ ରାଜ୍ୟପାଳ କହିଛନ୍ତି, ଓଡ଼ିଶା ରାଜ୍ୟ ଏବଂ ଦେଶ ବିକାଶର ନୂଆ ଶିଖରରେ ପହଞ୍ଚୁ ବୋଲି ଲିଙ୍ଗରାଜଙ୍କ ପାଖରେ କାମନା କରିଛି । ପରେ ରାଜଭବନରେ ପହଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇ ପାଛୋଟିନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ