Masthead

ଶପଥ ନେଲେ ନୂଆ ରାଜ୍ୟପାଳ ରଘୁବର ଦାସ, ରାଜଭବନରେ ଶପଥପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଶପଥ ଗ୍ରହଣ କଲେ ରଘୁବର ଦାସ । ରାଜଭବନରେ ଶପଥ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି । ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କ ସହ ମନ୍ତ୍ରୀଗଣ ଉପସ୍ଥିତ ଥିଲେ । ଶପଥ ଗ୍ରହଣ ପରେ ନୂଆ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର୍‌ ପ୍ରଦାନ କରାଯାଇଛି । ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଆଜି ସକାଳେ ରାଜ୍ୟପାଳ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି । ଏ ଅବସରରେ ରାଜ୍ୟପାଳ କହିଛନ୍ତି, ଓଡ଼ିଶା ରାଜ୍ୟ ଏବଂ ଦେଶ ବିକାଶର ନୂଆ ଶିଖରରେ ପହଞ୍ଚୁ ବୋଲି ଲିଙ୍ଗରାଜଙ୍କ ପାଖରେ କାମନା କରିଛି । ପରେ ରାଜଭବନରେ ପହଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇ ପାଛୋଟିନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’