Masthead

ଦକ୍ଷ ରାଜନୀତିଜ୍ଞ ରଘୁବର ଦାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ନୂଆ ରାଜ୍ୟପାଳ ହେବେ ରଘୁବର ଦାସ । ରାଷ୍ଟ୍ରପତି ଭବନରୁ ଜାରି ହୋଇଛି ଏହି ସୂଚନା । ବର୍ତ୍ତମାନ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ପ୍ରଫେସର ଗଣେଶୀ ଲାଲଙ୍କ ଅବସର ପରେ ଦାୟିତ୍ବ ଗ୍ରହଣ କରିବେ ରଘୁବାର ଦାସ । ପ୍ରଫେସର ଗଣେଶୀ ଲାଲ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ହୋଇଥିଲେ। ତାଙ୍କ କାର୍ୟ୍ୟକାଳ ୨୦୨୩ ମେ’ରେ ଶେଷ ହୋଇଥିଲା। ପରେ ତାଙ୍କ କାର୍ୟ୍ୟକାଳକୁ ବୃଦ୍ଧି କରାଯାଇଥିଲା। ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟର ନୂଆ ରାଜ୍ୟପାଳ ଭାବେ ରଘୁବର ଦାସଙ୍କ ନାଁରେ ମୋହର ମାରିଛନ୍ତି।

୩ ମେ ୧୯୫୫ରେ ଜାମସେଦପୁରରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲରୁ ମାଟ୍ରିକ ଓ ଜାମସେଦପୁର କୋ-ଅପରେଟିଭ୍‌‌ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ। ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗଦେଇଥିଲେ। ରଘୁବର ଦାସ ଝାଡଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ତୁଲାଇଛନ୍ତି । ସେ ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ୬୯ ବର୍ଷୀୟ ରଘୁବର ଦାସ ୨୦୧୪ ଡିସେମ୍ବର ୨୮ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ସେ ୨୦୧୯ ଯାଏ ଏହି ପଦରେ ରହିଥିଲେ। ଝାଡଖଣ୍ଡର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ରଘୁବର ଦାସ ପୁରା ୫ ବର୍ଷ କାର୍ଯ୍ୟକାଳ ପୂରଣ କରିଛନ୍ତି ।

ଏତତ ବ୍ୟତୀତ ସେ ଏକମାତ୍ର ମୁଖ୍ୟମନ୍ତ୍ରୀ ଯିଏ ଆଦିବାସୀ ବହୁଳ ଝାଡଖଣ୍ଡର ପ୍ରଥମ ଅଣଆଦିବାସୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି । ଏହାବାଦ ସେ ବିଜେପିର ରାଜ୍ୟ ସଭାପତି ଭାବେ ମଧ୍ୟ ଦୁଇ ଥର କାର୍ୟ୍ୟ କରିଛନ୍ତି। ଏବେ ସେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ କାର୍ୟ୍ୟ କରୁଛନ୍ତି। ଜୟପ୍ରକାଶ ନାରାୟଣ ଆନ୍ଦୋଳନରେ ସାମିଲ ହୋଇଥିବା ରଘୁବର ଦାସ ଛାତ୍ର ରାଜନୀତିରୁ ନିଜ ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ଦେଶର ଜରୁରୀ ପରିସ୍ଥିତିରେ ସେ ଜେଲ ମଧ୍ୟ ଯାଇଛନ୍ତି ।

୧୯୭୭ରେ ଜନତା ପାର୍ଟିରେ ଯୋଗ ଦେଇ ପ୍ରତ୍ୟେକ୍ଷ ରାଜନୀତିରେ ପ୍ରବେଶ କରିଥିଲେ ରଘୁବର । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘର ଜଣେ ପ୍ରଚାରକ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ରଘୁବର ଦାସ ହେଉଛନ୍ତି ଭାରତୀୟ ଜନତା ପାର୍ଟିର ଜଣେ ପ୍ରତିଷ୍ଠାତା ସଦସ୍ୟ । ୧୯୮୦ରେ ଦଳ ଗଠନ ସମୟରୁ ହିଁ ସେ ସାମିଲ ହୋଇଥିଲେ । ରଘୁବର ପ୍ରଥମ ଥର ପାଇଁ ଅବିଭକ୍ତ ବିହାରର ପୂର୍ବ ଜାମସେଦପୁର (ବର୍ତ୍ତମାନ ଝାଡଖଣ୍ଡ) ଆସନରୁ ପ୍ରଥମ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୪ରେ ଝାଡଖଣ୍ଡ ବିଜେପି ମୁଖ୍ୟ ଭାବେ କାମ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’