Masthead

ସଂସଦରେ ରାହୁଲ-ଆଦାନୀ ଝଡ଼

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦର ଉଭୟ ଗୃହରେ ରାହୁଲ-ଆଦାନୀ ଝଡ଼ । ଲୋକସଭା ରାଜ୍ୟସଭାରେ ରାହୁଲ-ଆଦାନୀ ପ୍ରସଙ୍ଗ ନେଇ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି । ଯାହାଦ୍ୱାରା ଅପରାହ୍ନ ୨ଟା ଯାଏ ଗୃହକୁ ମୁଲତବି ରଖାଯାଇଛି । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲଣ୍ଡନରେ ଦେଇଥିବା ବିବୃତ୍ତି ପାଇଁ କ୍ଷମା ମାଗିବା ଉପରେ କେନ୍ଦ୍ର ସରକାର ଜିଦ ଧରିଥିବାବେଳେ ଆଦାନୀ ମାମଲାରେ ହିଣ୍ଡନବର୍ଗ ରିପୋର୍ଟ ପ୍ରକାଶକୁ ନେଇ ବିରୋଧୀ ଦଳ ବିଜେପି ଘେରିଛି ।

ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀଙ୍କ ସହ ସଂସଦ ଭବନରେ ଏକ ବୈଠକ କରିଥିଲେ। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଆଇନ ମନ୍ତ୍ରୀ କିରେନ ରିଜିଜୁ, ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ, କ୍ରୀଡ଼ା-ସୂଚନା ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଏବଂ ପ୍ରହ୍ଲାଦ ଯୋଶୀ ଉପସ୍ଥିତ ଥିଲେ। ସଂସଦର ଉଭୟ ଗୃହ ଲୋକସଭା ଓ ରାଜ୍ୟସଭାରେ କ୍ରମାଗତ ଚତୁର୍ଥ ଦିନ ପାଇଁ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହ ଚାଲିପାରିନଥିଲା । ତେଣୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ଉଭୟ ଗୃହକୁ ମୁଲତବୀ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ